ଭୁବନେଶ୍ବର: ଆସନ୍ତା ତିନି ଦିନ ପାଇଁ ସର୍ବାଧିକ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ମେ ୮ରୁ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼ ସହରର ତାପମାତ୍ରା ୪୦ ଡିଗ୍ରି ଡେଇଁଯିବ। ୯ ତାରିଖ ବେଳକୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼, ଦେବଗଡ଼, ନୟାଗଡ଼, ଅନୁଗୁଳ ସହରର ତାପମାତ୍ରା ୪୧ ଡିଗ୍ରିରେ ପହଞ୍ଚିବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୪ରୁ ୬ ଡିଗ୍ରି ହ୍ରାସ ପାଇଛି ଏବଂ କିଛି ଜିଲ୍ଲାରେ ପ୍ରାୟ ୨ରୁ ୪ ଡିଗ୍ରି ହ୍ରାସ ପାଇଥିଲା। ଆଜି ସମସ୍ତ ସହରର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରି ତଳେ ରହିଥିଲା।
୮ରୁ ବଢ଼ିବ ତାପମାତ୍ରା
ଆସନ୍ତା ତିନି ଦିନ ପାଇଁ ସର୍ବାଧିକ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ମେ ୮ରୁ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼ ସହରର ତାପମାତ୍ରା ୪୦ ଡିଗ୍ରି ଡେଇଁଯିବ।
/sambad/media/media_files/2025/01/11/lDHOy2I7kboA2thutOCk.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)