ରାଜ୍ୟର ତାପମାତ୍ରା ୩ରୁ ୫ଡିଗ୍ରି ଖସାଇଦେଲା କାଳବୈଶାଖୀ

୧୧ରେ ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ବର : ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହ ବର୍ଷା ହୋଇଥିବା ରେକର୍ଡ ହୋଇଛି। ଅଧିକାଂଶ ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିଥିବା ଦେଖାଯାଇଥିଲା। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଗୁରୁବାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ ଓ କନ୍ଧମାଳ ଆଦି ଜିଲ୍ଲାରେ ବର୍ଷା ହୋଇଛି। ଏହାସହ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଖୋର୍ଧା ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁଁ ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ପ୍ରାୟ ୩ରୁ ୫ ଡିଗ୍ରି ଖସିଛି। ‌‌‌‌

କେନ୍ଦ୍ର କହିଛି, ଆସନ୍ତା ୨ଦିନ ଧରି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥା‌ନରେ କା‌ଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। ତେଣୁ ତାପମାତ୍ରା ଅପରିବର୍ତ୍ତିତ ରହିବ। ତେବେ ଏହା ପରେ ରାଜ୍ୟର ତାପମାତ୍ରା ବଢ଼ିବ। ବିଶେଷକରି ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାର ତାପମାତ୍ରା ୨ରୁ ୪ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ଅପରପକ୍ଷେ ଆସନ୍ତାକାଲି ଅପରାହ୍‌ଣ ଆଡ଼କୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏଥିପାଇଁ ଏହି ସବୁ ଜିଲ୍ଲା ପାଇଁ ୟେଲୋ-ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe