ଭୁବନେଶ୍ବର : ବଢ଼ୁଛି ତାପମାତ୍ରା। ସୋମବାର ଦିନ ବି ରାଜ୍ୟର ୪ଟି ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଛି। ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୦.୨ ଡିଗ୍ରି ରେକର୍ଡ କରାଯାଇଛି। ଏହାବ୍ୟତୀତ ବଲାଙ୍ଗୀର, ଟିଟିଲାଗଡ଼ ଓ ବୌଦ୍ଧ ସହରର ତାପମାତ୍ରା ୪୦ ଡିଗ୍ରି ରହିଥିଲା। ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୩୫ ଡିଗ୍ରି ଉପରେ ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତ୍ତନ ହେବନି। ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୪ଡିଗ୍ରି ଏବଂ ଉପକୂଳ ଓଡ଼ିଶାରେ ୨ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିବ। କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ବଢ଼ୁଛି ତାପମାତ୍ରା, ୪୦ଂ ଉପରେ ରାଜ୍ୟର ୪ ସହର
/sambad/media/post_attachments/wp-content/uploads/2020/02/temperture.jpg)
Advertisment

Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)