ରାଜ୍ୟରେ ମନ୍ଦିର ଖୋଲିବା ନେଇ ମିଳିଲା ସଂକେତ, ମନ୍ଦିର ପ୍ରଶାସନକୁ ଚିଠି ଜାରି କଲେ ସରକାର

Advertisment
ସେବକଙ୍କ ପାଇଁ ବିପଦ ସାଜିଛି ଶ୍ରୀମନ୍ଦିର ରୋଷ ଅଗଣା

Sambad English

ଭୁବନେଶ୍ବର: ମହାମାରୀ  କରୋନା ଭାଇରସ୍‌ ପାଇଁ ମାସ ମାସ ଧରି ରାଜ୍ୟର ମନ୍ଦିରଗୁଡ଼ିକ ବନ୍ଦ ରହିଥିବା ବେଳେ ମନ୍ଦିର ଖୋଲିବା ନେଇ ସଂକେତ ଦେଇଛନ୍ତି ରାଜ୍ୟ ସରକାର। କିପରି କୋଭିଡ ନିୟମ ମାନି ମନ୍ଦିର ଖୋଲା ଯାଇପାରିବ ପୁରୀ ଶ୍ରୀମନ୍ଦିର ପ୍ରଶାସନ ଓ ଦେବୋତ୍ତର ବିଭାଗ ଅଧୀନରେ ଥିବା ଅନ୍ୟ ମନ୍ଦିର ପ୍ରଶାସନକୁ ରାଜ୍ୟ ସରକାର ସେ ବିଷୟରେ ଜଣାଇବାକୁ ଚିଠିରେ କହିଛନ୍ତି। ମନ୍ଦିର ପ୍ରଶାସନକୁ ସରକାରଙ୍କ ପକ୍ଷରୁ ଚିଠି ଜାରି‌ ହୋଇଥିବା ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି। ଏହି ମାମଲାର ସମସ୍ତ ହିତାଧିକାରୀଙ୍କ ସହ କଥା ହୋଇ ଆସନ୍ତା ୧୦ ଦିନ ମଧ୍ୟରେ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ କିପରି କୋଭିଡ ନିୟମ ମାନି ମନ୍ଦିର ଖୋଲା ଯାଇପାରିବ ସେନେଇ ରିପୋର୍ଟ ଦାଖଲ କରିବ‌ାକୁ କୁହାଯାଇଛି।

ମନ୍ଦିର ଖୋଲିବା ଉପରେ ଦେବୋତ୍ତର କମିସନର ଚିତ୍ତରଞ୍ଜନ ମହାପାତ୍ର ନିଜର ପ୍ରତିକ୍ରିୟା ରଖି କହିଛନ୍ତି କି ‘କୋଭିଡ୍ କଟକଣା ଭିତରେ ମନ୍ଦିର ଖୋଲାଯାଇ ପାରିବ। ସରକାର ଯେଉଁ ଗାଇଡଲାଇନ କରିବେ ଆମେ କାର୍ଯ୍ୟକାରୀ କରିବୁ । ଜିଲ୍ଲାପାଳମାନେ ରିପୋର୍ଟ ଦେଲା ପରେ ବିଚାର କରାଯିବ । ଆମ ଅଧୀନରେ ୧୮ହଜାର ମନ୍ଦିର ରହିଛି।’

ଉଲ୍ଲେଖଯୋଗ୍ୟ, କରୋନା ମହାମାରୀ ପାଇଁ ମାସ ମାସ ଧରି ବନ୍ଦ ରହିଥିବା ମନ୍ଦିର ଖୋଲିବାକୁ ଦାବି କରି ଗତକାଲି ରାଜ୍ୟର ବିଭିନ୍ନ ମଠ ମନ୍ଦିରରେ ସେବାୟତମାନେ ଅଭିନବ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ମନ୍ଦିର ସମ୍ମୁଖରେ ସେବାୟତମାନେ ଘଣ୍ଟ ପିଟି ଓ ଘଣ୍ଟି ବଜାଇ ଦାବି ଜଣାଇଥିଲେ। ସେବାୟତମାନଙ୍କ ସହ ବହୁ ସ୍ଥାନୀୟ ଲୋକେ ମଧ୍ୟ ଏଭଳି ବିକ୍ଷୋଭରେ ସାମିଲ୍ ହୋଇ ଘଣ୍ଟ ପିଟି ସରକାରଙ୍କ ଉପରେ ଚାପ ସୃଷ୍ଟି କରିବାକୁ ଉଦ୍ୟମ କରିଥିବା ଦେଖିବାକୁ ମିଳିଥିଲା।

ଅଭିଯୋଗ ଅନୁସାରେ ମନ୍ଦିର ସବୁ ବନ୍ଦ ରହିବା ଫଳରେ ପୂଜକ, ମାଳି, ପଣ୍ଡା ଓ ଅନ୍ୟାନ୍ୟ ସେବାୟତମାନଙ୍କ ପରିବାର ଘୋର ଆର୍ଥିକ ସଂକଟରେ ପଡ଼ିଛନ୍ତି। ମାତ୍ର ସରକାରୀ ସ୍ତରରେ ସେମାନଙ୍କୁ କୌଣସି ସହାୟତା ଦିଆଯାଉନାହିଁ। ଏବେ ସବୁ ବ୍ୟାବସାୟିକ ପ୍ରତିଷ୍ଠାନ ଖୋଲି ସାରିଥିବାରୁ ମନ୍ଦିର ଖୋଲିଲେ କିଛି ସମସ୍ୟା ନାହିଁ। କରୋନା କଟକଣା ଭିତରେ ମନ୍ଦିରକୁ ଭକ୍ତ ତଥା ଶ୍ରଦ୍ଧାଳୁମାନେ ଆସିବାରେ କିଛି ଅସୁବିଧା ନାହିଁ। ମାତ୍ର ସରକାର ଏ ଦିଗରେ ମୋଟେ ବିଚାରଶୀଳ ହେଉନାହାନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe