ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୦ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ଏଥିସହିତ ଦୁଇ ବସ୍ର ଅନେକ ଯାତ୍ରୀ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଓଏସ୍ଆର୍ଟିସି ବସ୍ ସହ ଏକ ଘରୋଇ ବସ୍ର ମୁହାଁମୁହିଁ ଧକ୍କା ହେବାରୁ ଏପରି ଅଘଟଣ ଘଟିଛି। ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ସୂଚନା ମିଳିଛି।
ଦିଗପହଣ୍ଡିରେ ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ୧୦ ମୃତ
/sambad/media/post_attachments/wp-content/uploads/2023/06/ACC.jpg)