ଭୁବନେଶ୍ୱର: ବାଣୀବିହାର ପରିସରରେ ରମାଦେବୀ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସ ଖୋଲିବା ନେଇ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ବିରୋଧରେ ଆଜିି ଏକାଠି ହୋଇଛନ୍ତି ଛାତ୍ରଛାତ୍ରୀମାନେ। ଏହାକୁ ନେଇ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଉତ୍ତେଜନା ଲାଗି ରହିଥିବା ବେଳେ ଛାତ୍ରଛାତ୍ରୀମାନେ ଉତ୍କଳ ବିଶ୍ଵବିଦ୍ୟାଳୟର କୁଳପତିଙ୍କୁ ଘେରାଉ କରିଛନ୍ତି।
/sambad/media/post_attachments/wp-content/uploads/2018/01/bbsr-11.jpg)
ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ଉତ୍କଳ ବିଶ୍ୱବିଦ୍ୟାଳୟର ୩୦ ଏକର ଜମି ଉପରେ ରମାଦେବୀ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସ ଖୋଲିବାକୁ ଯୋଜନା କରିଛନ୍ତି। ଏ ନେଇ ୩୦ ଏକର ଜମି ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁୁ ଚିଠି ଲେଖିବା ପରେ ଉତ୍କଳ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ ମହଲରେ ପ୍ରବଳ ଉତ୍ତେଜନା ଦେଖାଦେଇଛି। ଛାତ୍ରଛାତ୍ରୀମାନେ ଟାୟାର ଜାଳି ଉତ୍କଳ ବିଶ୍ୱବିଦ୍ୟାଳୟ ର ମୁଖ୍ୟ ଫାଟକରେ ତାଲା ପକାଇ ଦେଇଛନ୍ତି। ବିଶ୍ୱବିଦ୍ୟାଳର କୁଳପତିଙ୍କ କାର୍ଯ୍ୟାଳୟରେ ପଶି ଭଙ୍ଗାରୁଜା କରିବା ସହିତ ତାଙ୍କୁ ଘେରାଉ କରି ରଖିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2018/01/bbsr-1-4.jpg)