ଭାରସାମ୍ୟ ହରାଇ ଓଲଟିଲା ଆମ୍ବୁଲାନ୍ସ

Advertisment
ଭାରସାମ୍ୟ ହରାଇ ଓଲଟିଲା ଆମ୍ବୁଲାନ୍ସ

ଭବାନୀପାଟଣା: ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୬ରେ କେସିଙ୍ଗାରୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଯାଉଥିବା ସମୟରେ ଏକ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଓଲଟିପଡ଼ିଛି। ସୂଚନାମତେ, କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ଥିବା ଜଣେ ବ୍ୟକ୍ତିଙ୍କୁ ଅଧିକ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆମ୍ବୁଲାନ୍ସ ଯୋଗେ ସ୍ଥାନାନ୍ତର କରାଯାଇଥିଲା।

ସେଠାକୁ ନିଆଯାଉଥିବା ବେଳେ ରାସ୍ତାରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ସଂପୃକ୍ତ ରୋଗୀ ତଥା ତାଙ୍କ ଆଟେଣ୍ଡାଣ୍ଟ ଓ ଆମ୍ବୁଲାନ୍ସ ଚାଳକ ଆହତ ହୋଇଥିବା ଜଣାପଡ଼ିଛି। ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ସ୍ବାସ୍ଥ୍ୟ‌ାବସ୍ଥା ଠିକ୍ ଥିବା ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe