ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଡାକରା: ସାଧାରଣଜନଜୀବନ ବ୍ୟାହତ

Advertisment

ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି

ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି

ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଡାକରା: ସାଧାରଣଜନଜୀବନ ବ୍ୟାହତ

ସମ୍ବଲପୁର: ମମିତା ମେହେର ହତ୍ୟା ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ସାରା ଜିଲ୍ଲାରେ ଦେଖିବାକୁ ମିଳିଛି। ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ କରିବାକୁ ନିଷ୍ପତ୍ତି ନେଇଛି ବିଜେପି। ମମିତାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଦାବି ହୋଇଛି।

ଆଜି ସକାଳୁ ସମ୍ବଲପୁର ସହରର ବିଭିନ୍ନ ସ୍ଥାନରେ ବିଜେପି କର୍ମୀମାନେ ପିକେଟିଂ କରୁଥିବାର ଦେଖିବାକୁ ମିଳିଛି। ଜିଲ୍ଲାରେ କାଁଭାଁ ବସ୍ ଚଳାଚଳ କରୁଥିବା ବେଳେ ଦୋକାନବଜାର ବନ୍ଦ ରହିଥିବା ଜଣାଯାଇଛି। ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି l ବସ ଚଳାଚଳ ବନ୍ଦ ରହିଛି। ଜିଲ୍ଲା ଓକିଲ ସଙ୍ଘ ଆନ୍ଦୋଳନକୁ ସମର୍ଥନ କରୁଥିବାରୁ ଓକିଲମାନେ କୋର୍ଟ ଯାଇନାହାନ୍ତି। କୋର୍ଟ କଚେରୀ ବି ବନ୍ଦ ରହିଛି।  ସାଧାରଣଜନଜୀବନ ବ୍ୟାହତ ହୋଇଥିବାର ପରିଲକ୍ଷିତ ହୋଇଛି। ତେବେ ଏହି ବନ୍ଦରୁ ପରୀକ୍ଷା ଓ ଅତ୍ୟାବଶ୍ୟକୀୟ ସେବାକୁ ବାଦ୍ ଦିଆଯାଇଛି।

ଏହି ବନ୍ଦକୁ ଲୋକେ ସ୍ବତଃସ୍ଫୁର୍ତ୍ତ ସମର୍ଥନ ଦେଉଥିବା ବିଜେପି କର୍ମୀମାନେ କହିଛନ୍ତି।ମୁଖ୍ୟମନ୍ତ୍ରୀ ଯଦି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ନ କରନ୍ତି, ତେବେ ପ୍ରତିବାଦକୁ ଆହୁରି ତୀବ୍ରତର କରାଯିବ ବୋଲି ସମ୍ବଲପୁର ଜିଲ୍ଲା ବିଜେପି ପକ୍ଷରୁ ଚେତାବନୀ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe