କଟକ : ଖଲ୍ଲିକୋଟସ୍ଥିତ ସରକାରୀ ଚାରୁ ଓ କାରୁକଳା ମହାବିଦ୍ୟାଳୟ ଅଧ୍ୟାପକଙ୍କ ଅଭିଯୋଗ ଉପରେ ଏକ ମାସ ଭିତରେ ନିଷ୍ପତ୍ତି ନେବାକୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ନିର୍ଦ୍ଦେଶକଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶର କପି ଦାଖଲର ଏକ ମାସ ଭିତରେ ଅଧ୍ୟାପକଙ୍କ ଅଭିଯୋଗ ଉପରେ ନିର୍ଦ୍ଦେଶକ ନିଷ୍ପତ୍ତି ଗ୍ରହଣ କରିବେ ବୋଲି ବୋଲି ଡକ୍ଟର ଜଷ୍ଟିସ ସଂଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ ଯେ ମହାବିଦ୍ୟାଳୟର ଭାସ୍କର୍ଯ୍ୟ କଳା ବିଭାଗର ଅଧ୍ୟାପକ ସୋମନାଥ ରାଉତଙ୍କୁ କେତେକ କାଗଜପତ୍ରରେ ପୁରୁଣା ତାରିଖରେ ଦସ୍ତଖତ କରିବାକୁ ଅଧ୍ୟକ୍ଷ କହିଥିବା ନେଇ ଅଭିଯୋଗ ହୋଇଥିଲା। ଏହି ପ୍ରସଂଗରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ଆବେଦନକାରୀ ଅଭିଯୋଗ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନଥିଲା। ଏହାପରେ ଆବେଦନକାରୀ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ସୌଭାଗ୍ୟ କୁମାର ଦାସ ମାମଲା ପରିଚାଳନା କରୁଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/12/high-court.jpg)
