ଭୁବନେଶ୍ୱର: ଗଞ୍ଜାମରୁ ପିକନିକ ଯାଇଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ଏବଂ ଏଥିରେ ରଙ୍ଗେଇଲୁଣ୍ଡା ଅଞ୍ଚଳର ତିନି ଜଣ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରମାନଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
ଏହା ସହିତ ଦୁର୍ଘଟଣାରେ ଆହତ ଛାତ୍ରମାନଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ସୂଚନାଯୋଗ୍ୟ, ପିକନିକ୍ ସାରି ଫେରୁଥିବା ବେଳେ ଏକ ଯାତ୍ରୀବାହୀ ବସ୍ ରାତି ପ୍ରାୟ ୩ଟା ବେଳେ ବାଲୁଗାଁ ବାଇପାସରେ ଅଟକିଥିଲା। ସେଠାରେ କେତେକ ଯାତ୍ରୀ ଓ ଚାଳକ ପ୍ରମୁଖ ବସରୁ ଓହ୍ଲାଇ ଚା’ ପିଉଥିଲେ। ଏହି ସମୟରେ ଏକ ଟ୍ରକ୍ ଉକ୍ତ ବସକୁ ପଛପଟୁ ଟ୍ରକ୍ ପିଟିବା ଫଳରେ ଘଟଣାସ୍ଥଳରେ ତିନିଜଣଙ୍କ ମୃତ୍ୟୁ ଘଟିଥିଲା। ଏହାଛଡ଼ା ୯ଜଣ ଗୁରୁତର ହୋଇଥିଲେ। ଗୁରୁତରମାନଙ୍କୁ ବ୍ରହ୍ମପୁରର ଏମକେସିଜିରେ ଭର୍ତ୍ତି କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/11/CM-Declared-2-Lakh-Rupees-Assitance-to-Those-Families-of-Accident_Thumbnail.jpg)