ବାରିପଦା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୂରଭଞ୍ଜ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ ସହ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି। ବାରିପଦା ଛଉ ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ସ୍ୱାସ୍ଥ୍ୟ ଇତିହାସରେ ନୂଆ ଯୁଗ ଆରମ୍ଭ ହୋଇଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଦେଶରେ ଏକ ମାଇଲଖୁଣ୍ଟ। ଏହି ଯୋଜନା ମାଧ୍ୟମରେ ଲୋକେ ସ୍ୱାସ୍ଥ୍ୟସେବା ପାଇପାରିବେ।
ଏହା ସହ ଜିଲ୍ଲାର ଚାରିଟି ଉପଖଣ୍ଡ ବାରିପଦା, କପ୍ତିପଦା, ପାଞ୍ଚପିଢ଼ି, ବିମାନଘାଟି ସମେତ ୨୬ଟି ବ୍ଲକ ପାଇଁ ୨ ହଜାର ୪ ଶହ ୮୪ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ସହ ଉଦଘାଟନ କରିଛନ୍ତି। କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲାର ୬ଲକ୍ଷ ୧୨ ହଜାର ୩୧୦ ପରିବାରକୁ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରାଯିବ। ଏହା ମାଧ୍ୟମରେ ୨୧ ଲକ୍ଷ ୩୮ ହଜାର ୯୪୧ ହିତାଧିକାରୀ ସାମିଲ ଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି କାର୍ଡ ବିତରଣ ପ୍ରକ୍ରିୟା ୨୨ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/10/1fe0ca40-f713-4d88-b8ad-1363db0c99ca.jpg)