ସହରାଞ୍ଚଳର ଉନ୍ନତିକରଣ ପାଇଁ ୫ ଶହ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୌର ନିର୍ବାଚନ ପୂର୍ବରୁ ରାଜ୍ୟର ବିଭିନ୍ନ ସହରାଞ୍ଚଳରେ କ୍ଷତିଗ୍ରସ୍ତ ହୋଇ ପଡ଼ିଥିବା ବିଭିନ୍ନ ରାସ୍ତାଘାଟ, ନର୍ଦ୍ଦମା ଓ ଫୁଟପାଥର ମରାମତି ପାଇଁ ମୁଖ୍ୟମନ୍ତ୍ରୀ ୫ଶହ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଖାଲି ସେତିକି ନୁହେଁ ଏହି ସବୁର ଉନ୍ନତିକରଣ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ଏହି କାର୍ଯ୍ୟକୁ ତୁରନ୍ତ ଆରମ୍ଭ କରିବା ସହିତ ଆଗାମୀ ମୌସୁମୀ ଋତୁ ପୂର୍ବରୁ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଆଗକୁ ପୌର ନିର୍ବାଚନ ହେବାକୁ ଅଛି। ତେଣୁ ଏହା ପୂର୍ବରୁ ଭୋଟରଙ୍କୁ ଖୁସି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଥିବା ଚର୍ଚ୍ଚା ହେଉଛି।

ସମ୍ବନ୍ଧିତ ଖବର