ବରଗଡ଼ : ଆସନ୍ତା ୨ ତାରିଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାର ମଙ୍ଗ ଧରିବେ। ଏହି ଗୋଟିଏ ଦିନରେ ସେ ନିର୍ବାଚନମଣ୍ଡଳୀର ପାଇକମାଳ, ଝାରବନ୍ଧ ଏବଂ ପଦ୍ମପୁରଠାରେ ନିର୍ବାଚନୀ ସଭା କରିବେ। ଭୁବନେଶ୍ବରରୁ ହେଲିକପ୍ଟରରୁ ଆସି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପଦ୍ମପୁର ପହଞ୍ଚିବା ପରେ ନିର୍ବାଚନୀ ସଭାଗୁଡ଼ିକରେ ଯୋଗଦେବେ। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତସୂଚୀ ଆପାତତଃ ଚୂଡ଼ାନ୍ତ ହୋଇଥିବା ପୂର୍ବତନ ସାଂସଦ ତଥା ବିଜେଡି ରାଜ୍ୟ ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ ଭିତିରିଆ ସୂଚନାନୁସାରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ପଦ୍ମପୁରଠାରେ ମଙ୍ଗଳବାର ଦିନତମାମ ତୁଙ୍ଗ ନେତାଙ୍କ ବୈଠକ ବସିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ଏବଂ ପ୍ରଚାର ଅଭିଯାନକୁ ସଫଳ କରିବା ପାଇଁ ବ୍ଲୁ ପ୍ରିଣ୍ଟ୍ ତିଆରି ହୋଇଥିବା ଜଣାପଡ଼ିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/06/naveen-patnaik.jpg)