Republic World
ଭୁବନେଶ୍ବର : ଆସନ୍ତା ୨୮ ତାରିଖରେ ବେଙ୍ଗାଲୁରୁରେ ଓଡ଼ିଶା ନିବେଶକ ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବେ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଯୋଗ ଦେବେ ବୋଲି ସୂଚନା ଦେଇଛନ୍ତି ଶିଳ୍ପମନ୍ତ୍ରୀ ପ୍ରତାପ ଦେବ।
ଶ୍ରୀ ଦେବ କହିଛନ୍ତି ଯେ ମୁମ୍ବାଇ ଭଳି ବେଙ୍ଗାଲୁରୁରେ ବି ମୁଖ୍ୟମନ୍ତ୍ରୀଙ୍କ ୱାନ୍ ଟୁ ୱାନ୍ ଭେଟିବାର କାର୍ଯ୍ୟକ୍ରମ ରହିଛି। ସଂଧ୍ୟାରେ ଓଡ଼ିଶା ନିବେଶକ ସମ୍ମିଳନୀ ହେବ। ଓଡ଼ିଶାରେ ବିଭିନ୍ନ କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ନିମନ୍ତ୍ରଣ ଦିଆଯିବ। ଆସନ୍ତା ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ମେକ୍ ଇନ ଓଡ଼ିଶା କନକ୍ଲେଭର ତୃତୀୟ ସଂସ୍କରଣ ଅନୁଷ୍ଠିତ ହେବାକୁ ଯାଉଛି।
Follow Us