ଆଜିଠୁ ହରିୟାଣା ଓ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

Advertisment

ଆସନ୍ତା ୧୭ତାରିଖରେ ହରିୟାଣାରେ ବିଜେପି ସରକାର ଗଢ଼ିବା ସହ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ। ଏହି ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ। ଏହାପରେ ଅପରାହ୍ନରେ ଚଣ୍ଡୀଗଡ଼ରେ ଏନ୍‌ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ଯୋଗଦେବେ। 

mohan majhi

ଭୁବନେଶ୍ବର: ଆସନ୍ତା ୧୭ତାରିଖରେ ହରିୟାଣାରେ ବିଜେପି ସରକାର ଗଢ଼ିବା ସହ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ। ଏହି ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ। ଏହାପରେ ଅପରାହ୍ନରେ ଚଣ୍ଡୀଗଡ଼ରେ ଏନ୍‌ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ଯୋଗଦେବେ। 

ଏଥିପାଇଁ ୧୬ତାରିଖ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ହରିୟାଣା ଅଭିମୁଖେ ଯିବେ। ଚଣ୍ଡୀଗଡ଼ ପରେ ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତରେ ଯାଇ ୧୮ ତାରିଖରେ ଇଣ୍ଡିଆନ କେମିକାଲ୍‌ସ ଆଣ୍ଡ ପେଟ୍ରୋକେମିକାଲ୍‌ସ କ୍ଷେତ୍ରରେ ସମ୍ଭାବନା ସମ୍ବନ୍ଧିତ ଏକ ସମ୍ମିଳନୀରେ ଯୋଗଦେବେ। ଏହାପରେ ୧୮ ତାରିଖ ଅପରାହ୍ନରେ ଓ ୧୯ ତାରିଖ ସକାଳେ ମୁମ୍ବାଇର ହୋଟେଲ ଓବେରୟରେ ଆଗାମୀ ଉତ୍କର୍ଷ ଓଡ଼ିଶା ପାଇଁ ‘ନିବେଶକ ସମ୍ମିଳନୀ’ରେ ଯୋଗଦେବେ। ୧୯ତାରିଖ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିଆସିବେ ବୋଲି ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe