ଭୁବନେଶ୍ୱର: ବଙ୍ଗୋପସାଗରର ପୂର୍ବ କେନ୍ଦ୍ରୀୟ ଉପକୂଳ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପଟି କ୍ରମେ ସେହିଠାରେ ରହି ସ୍ପଷ୍ଟ ଚିହ୍ନିତ ହୋଇଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଲଘୁଚାପଟି ସେହିଠାରେ ଅବସ୍ଥାନ କରିବା ସହ ଆହୁରି ଅଧିକ ଘନୀଭୂତ ହେବ। ଏଥିସହ ଲଘୁଚାପଟି କେଉଁ ଦିଗରେ ଗତିଶୀଳ ହେବ ତାହାର ଚିତ୍ର ମଧ୍ୟ ଆସନ୍ତାକାଲି ସ୍ପଷ୍ଟ ହେବ। ତେବେ, ଏହି ଲଘୁଚାପ ପ୍ରଭାବରେ ଦକ୍ଷିଣରୁ ଆରମ୍ଭ କରି ଉତ୍ତର; ଉପକୂଳରୁ ଆରମ୍ଭ କରି କେନ୍ଦ୍ରୀୟ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଇ ଦିଆଯାଇଛି।
Yesterday's cyclonic circulation now lies over #central-#BayofBengal & neighbourhood & extends upto 5.8 km above mean sea level. Under its #influence, a #LowPressureArea is very likely to #develop over the #same region during next #24Hrs.
— Meteorological Centre, Bhubaneswar (@mcbbsr) October 19, 2020
ଆଜି ଅପରାହ୍ନରେ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୦ ତାରିଖ ମଧ୍ୟାହ୍ନ ମଧ୍ୟରେ ଗଞ୍ଜାମ ଏବଂ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ସେଥିପାଇଁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
Weather Forecast & Warning:-
(Valid up to 0830 hrs IST of 20.10.2020) pic.twitter.com/xmXD7P69OJ— Meteorological Centre, Bhubaneswar (@mcbbsr) October 19, 2020
୨୧ ତାରିଖରେ ଗଞ୍ଜାମ, ପୁରୀ, ଜଗତସିଂହପୁର, ଗଜପତି ଏବଂ କେନ୍ଦ୍ରାପଡା ଜିଲ୍ଲା ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର ଏବଂ କେନ୍ଦ୍ରାପଡା ଜିଲ୍ଲା ଉପରେ ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
୨୨ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଏବଂ ଗଞ୍ଜାମ ଜିଲ୍ଲା ଉପରେ ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
୨୩ ତାରଖରେ ବଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଧା, ପୁରୀ, ନୟାଗଡ଼, ଢ଼େଙ୍କାନାଳ, କନ୍ଧମାଳ, ମାଲକାନଗିରି, କୋରାପୁଟ ଏବଂ ରାୟଗଡା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।