୨୪ ଘଣ୍ଟା ଆହୁରି ବର୍ଷିବ ! ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୮ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଢ଼େଙ୍କାନାଳ, ମୟୁରଭଞ୍ଜ, କଟକ, ବାଲେଶ୍ୱର, ଖୋର୍ଦ୍ଧା ଓ ଯାଜପୁର ଆଦି ରହିଛି। ଏହି ସମୟରେ ମତ୍ସ୍ୟଜୀବୀକୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। କନ୍ଧମାଳ, ଗଞ୍ଜାମ, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, ନୟାଗଡ଼, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର ଓ ମୟୁରଭଞ୍ଜ ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୨୯ରୁ ୩୦ ତାରିଖ ମଧ୍ୟରେ ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡା ଓ କେନ୍ଦୁଝର ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ଏହିସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ତେବେ ଅକ୍ଟୋବର ୩ ତାରିଖ ପରେ ପାଗରେ କିଛି ପରିବର୍ତ୍ତନ ଆସିବ ବୋଲି ଅନୁମାନ କରାଯାଉଛି।

ସମ୍ବନ୍ଧିତ ଖବର