ସ୍କୁଲ୍ ଖୋଲାଯିବା ନେଇ ଖୁବ ଶୀଘ୍ର ନିଷ୍ପତ୍ତି ନିଆଯିବ : ଗଣଶିକ୍ଷା ମନ୍ତ୍ରୀ

Advertisment
ସ୍କୁଲ୍ ଖୋଲାଯିବା ନେଇ ଖୁବ ଶୀଘ୍ର ନିଷ୍ପତ୍ତି ନିଆଯିବ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ସ୍କୁଲ୍ ଖୋଲାଯିବା ନେଇ ଖୁବ ଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଏବେ ବି ରାଜ୍ୟରେ ବ୍ରିଟେନ ଷ୍ଟ୍ରେନ ଭୟ ରହିଥିବା ହେତୁ ସ୍କୁଲ କେବେ ଖୋଲିବ ସେ ନେଇ କୌଣସି ନିଷ୍ପତ୍ତି ହୋଇପାରୁନି ବୋଲି ସେ କହିଛନ୍ତି।

ଏଣେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସିବିଏସଇ ପରୀକ୍ଷା ନେଇ ତାରିଖ ଘୋଷଣା କରାଯିବା ପରେ ରାଜ୍ୟ ଗଣଶିକ୍ଷା ବିଭାଗ ଚିନ୍ତାରେ ପଡ଼ିଛି। ସିବିଏସଇ ପରୀକ୍ଷା ତାରିଖ ଘୋଷଣା ପରେ ଏହି ଧାରାରେ ଆଦର୍ଶ ବିଦ୍ୟାଳୟ ସହ କେତେକ ଘରୋଇ ବିଦ୍ୟାଳୟର ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ସେମାନଙ୍କ ଲାଗି କିପରି ବ୍ୟବସ୍ଥା କରାଯିବ ସେ ନେଇ ବିଚାରବିମର୍ଶ କରାଯାଉଛି ବୋଲି ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି।

ଡିସେମ୍ବର ୩୧ରେ  ସିବିଏସଇ ୧୦ମ ଓ ୧୨ଶ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ । ଏହି ବୋର୍ଡ ପରୀକ୍ଷା ମେ ୪ରୁ ଆରମ୍ଭ ହୋଇ ଜୁନ ୧୦ ପର୍ଯ୍ୟନ୍ତ ଚାଲିବ । ସେହିପରି ମାର୍ଚ୍ଚ ୧ରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ ବୋଲି ସେ ଘୋଷଣା କରିଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ଏହି ଘୋଷଣା ପରେ ଗତ କିଛି ମାସ ଧରି ପରୀକ୍ଷା ନେଇ ଚାଲିଥିବା ଅନିଶ୍ଚିତତାର ଅନ୍ତ ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe