ରାଇରଙ୍ଗପୁର ଜିଲ୍ଲା ଗଠନ ପାଇଁ ଦାବି ଜୋର୍ ଧରିଲା

ରାଇରଙ୍ଗପୁର : ବରଗଡ଼ ଜିଲ୍ଲା ଅନ୍ତର୍ଗତ ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦେବାପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେବାପରେ ପଶ୍ଚିମ ମୟୂରଭଞ୍ଜରେ ନୂତନ ଜିଲ୍ଲା ଗଠନ ପାଇଁ ଦାବି ଉଠିଛି।

ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ରାଇରଙ୍ଗପୁରକୁ ଜିଲ୍ଲା ମାନ୍ୟତା ଦେବା ପାଇଁ ବହୁବର୍ଷରୁ ଦାବି ହୋଇ ଆସୁଛି। ସରକାର ଏଥିପ୍ରତି କର୍ଣ୍ଣପାତ କରୁନଥିବାରୁ ଆଜି ଅନୁଷ୍ଠିତ ବୈଠକରେ କ୍ଷୋଭ ପ୍ରକାଶ ପାଇଥିଲା। ଆସନ୍ତା ୨୬ ତାରିଖରେ ଉପଖଣ୍ଡର ସମସ୍ତ ନିର୍ବାଚିତ ପ୍ରତିନିଧି ଓ ବିଭିନ୍ନ ଅନୁଷ୍ଠାନର କାର୍ଯ୍ୟକର୍ତ୍ତାଙ୍କୁ ନେଇ ଏକ କୋର୍‌ କମିଟି ଗଠନ କରାଯିବା ସହିତ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନସଚିବଙ୍କୁ ଦିଆଯିବ ବୋଲି ନିଷ୍ପତ୍ତି ନିଅାଯାଇଛି।

ସମ୍ବନ୍ଧିତ ଖବର