ପ୍ରଥମ ପର୍ଯ୍ୟାୟ ଅଧିବେଶନ ଶେଷ, ୧୩ରୁ ଦ୍ବିତୀୟ ପର୍ଯ୍ୟାୟ

ଭୁବନେଶ୍ୱର : ବିଧାନସଭାର ମୌସୁମୀ ଅଧିବେଶନର ପ୍ରଥମ ପର୍ଯ୍ୟାୟ ବୁଧବାର ଦିନ ଶେଷ ହୋଇଛି। ଆସନ୍ତା ୧୩ ତାରିଖରୁ ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହୋଇ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ବୁଧବାର ସନ୍ଧ୍ୟାରେ ସାଧାରଣ ବଜେଟ୍‌ ଆଲୋଚନାରେ ଅର୍ଥ ମନ୍ତ୍ରୀଙ୍କ ଉତ୍ତର ପରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହକୁ ୧୩ ତାରିଖ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ। ୧୩ ତାରିଖରେ ବିଭାଗୀୟ ଷ୍ଟାଣ୍ଡିଂ କମିଟିଗୁଡ଼ିକର ରିପୋର୍ଟ ଗୃହରେ ଉପସ୍ଥାପନ ହେବ। ୧୪ରୁ ୨୯ ତାରିଖ ଯାଏ ବିଭିନ୍ନ ବିଭାଗର ଖର୍ଚ୍ଚଦାବି ଉପରେ ଆଲୋଚନା କରାଯିବ। ୩୦ ତାରିଖରେ ୨୦୨୨-୨୩ ବଜେଟ୍‌ ଉପରେ ବ୍ୟୟମଞ୍ଜୁରି ବିଲ୍‌ ପାରିତ ହେବାର କାର୍ଯ୍ୟକ୍ରମ ରହିଛି।

ସମ୍ବନ୍ଧିତ ଖବର