ଭୁବନେଶ୍ବର: ଆଜି ସକାଳେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କର ସରକାରୀ ବାସଭବନକୁ ଯାଇ ତାଙ୍କୁ ଶେଷ ଦର୍ଶନ କରିଛନ୍ତି। ଉଭୟେ ନବକିଶୋରଙ୍କ ମରଶରୀରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ସଚିବ ଭି କେ ପାଣ୍ଡିଆନ୍ ମଧ୍ୟ ନବକିଶୋରଙ୍କ ଅନ୍ତିମ ଦର୍ଶନ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ଘର ଭିତରକୁ ଯାଇ ପରିବାରର ସଦସ୍ୟଙ୍କୁ ମଧ୍ୟ ସମବେଦନା ଜଣାଇଛନ୍ତି।

Advertisment

ଉଲ୍ଲେଖଯୋଗ୍ୟ, ଭୁବନେଶ୍ବରସ୍ଥ ସରକାରୀ ବାସଭବନରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କର ମରଶରୀରକୁ ଶେଷ ଦର୍ଶନ ଲାଗି ରଖାଯାଇଛି। ଏଠାରୁ ବିମାନ ଯୋଗେ ତାଙ୍କ ମରଶରୀରକୁ ଝାରସୁଗୁଡ଼ା ନିଆଯାଇ ସେଠାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରାଯିବ।

publive-imageଏଣେ

ସୂଚନା ଅନୁସାରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା, ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ, ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ, ଅବକାରୀ ମନ୍ତ୍ରୀ ଅଶ୍ବିନୀ କୁମାର ପାତ୍ର, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ପ୍ରମୁଖ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଦୁର୍ଭାଗ୍ୟଜନକ ମୃତ୍ୟୁରେ ଶୋକ ପ୍ରକାଶ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିସହଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି।

ଝାରସୁଗୁଡ଼ାରେ ନବ ଦାସଙ୍କ ଶେଷକୃତ୍ୟ ହେବ ବୋଲି ଜଣାଯାଇଛି।