ରାଜ୍ୟରେ ୧୫ରୁ ଊର୍ଧ୍ୱ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ଆଶଙ୍କା, ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଉତ୍ତର ବଙ୍ଗୋପ ସାଗର ଓ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ହେତୁ ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୨୪ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଆଦି ରହିଛି।

ସେହିପରି ୧୨ରୁ ୧୩ ତାରିଖ ମଧ୍ୟରେ ବଜ୍ରପାତ ଆଶଙ୍କା ଥିବା କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ବଲାଙ୍ଗୀର, କଳାହାଣ୍ଡି, ମାଲକାନଗିରି, ଗଞ୍ଜାମ, ଗଜପତି, ନବରଙ୍ଗପୁର ଓ ରାୟଗଡ଼ା ଆଦି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ରାଜ୍ୟରେ ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୨.୮ ଡିଗ୍ରି ଥିବା ବେଳେ ସୁନ୍ଦରଗଡ଼ରେ ୧୭.୦ ଡିଗ୍ରି ସେଲସିୟସ୍‌ ସର୍ବନିମ୍ନ ତାପମାତ୍ରା ରହିଛି।

ସମ୍ବନ୍ଧିତ ଖବର