ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହିସବୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହି ୭ଟି ଜିଲ୍ଲାରେ ଘଡ଼ଘଡ଼ ବିଜୁଳି ସହିତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗକେନ୍ଦ୍ର ଗୁରୁବାର ପୂର୍ବାନୁମାନ କରିଛି। ତେଣୁ ମୟୂରଭଞ୍ଜ, କେନ୍ଦୁଝର,ବାଲେଶ୍ୱର,ଭଦ୍ରକ,କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଗଞ୍ଜାମ ଆଦି ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗର ସୂଚନା। ତେଣୁ ଏହି ସମୟର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ଏହି ଜିଲ୍ଲାମାନଙ୍କୁ ଛାଡ଼ି ଦେଲେ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନ ବର୍ଷା ହେବ ବୋଲି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ସେହିପରି ନବରଙ୍ଗପୁର,କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଅନ୍ୟପକ୍ଷରେ ଗତକାଲି ଟିଟଲାଗଡ଼ରେ ସର୍ବାଧିକ ତାପମାତ୍ର ୪୦.୫ଡିଗ୍ରୀ ଥିବା ବେଳେ ସୁନ୍ଦରଗଡ଼ରେ ୨୧.୦ଡିଗ୍ରୀ ସର୍ବନିମ୍ନ ତାପମାତ୍ର ରହିଥିଲା।

ସମ୍ବନ୍ଧିତ ଖବର