ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ କାଳବୈଶାଖୀ ସହିତ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହିତ ବର୍ଷା ସମ୍ଭାବନା ରହିଛି। କାଳ‌ବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, ନୟାଗଡ଼, ଖୋର୍ଧା, ବାଲେଶ୍ବର, ଯାଜପୁର, ଭଦ୍ରକ ଓ ନବରଙ୍ଗପୁର ଆଦି  ରହିଛି।  କାଳବୈଶାଖୀ ସମୟରେ ୩୦ରୁ ୪୦କିମି ବେଗରେ ପବନ ହେବାର ବି ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାାଗ କେନ୍ଦ୍ର ୟେ‌ଲୋ ୱା‌ର୍ଣ୍ଣିଂ ଜାରି କରିଛି।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବାକି ଥିବା ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ଏଥିସହିତ ଆଗାମୀ ମଇ ୩୧ରୁ ଜୁନ ୪ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହିତ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାର ବାସିନ୍ଦାକୁ ପାଣିପାଗ କେନ୍ଦ୍ର ସତର୍କ କରି ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବି ହୋଇପାରେ। ଦେଖବାକୁ ଗଲେ ବର୍ତ୍ତମାନ ସୁଦ୍ଧା ଭବାନିପାଟଣା‌ରେ ସର୍ବାଧିକ ତାପମାତ୍ରା ୪୩ଡିଗ୍ରି ଥିବା ବେଳେ ସୁନ୍ଦରଗଡ଼ରେ ୨୩ଡିଗ୍ରି ତାପମାତ୍ରା ରହିଛି।

ସମ୍ବନ୍ଧିତ ଖବର