ଏହିସବୁ ସ୍ଥାନରେ ଆଗମୀ ୨୪ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଆଗମୀ ୨୪ଘଣ୍ଟା ଭିତରେ ରାଜ୍ୟର ୧୭ଟି ଜିଲ୍ଲାରେ ଘଡ଼ଘଡ଼ ବିଜୁଳି ସହିତ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗକେନ୍ଦ୍ର ସତର୍କ ସୂଚନା ଜାରି କରିଛି। ତେଣୁ ସୁନ୍ଦରଗଡ଼, ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ,ଗଞ୍ଜାମ,ଗଜପତି,ରାୟଗଡ଼ା,କୋରାପୁଟ,କେନ୍ଦ୍ରାପଡ଼ା,କଟକ, ଖୋର୍ଦ୍ଧା ଓ ଝାରସୁଗୁଡା ବାସିନ୍ଦାଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗର ସୂଚନା। ଏହି ଜିଲ୍ଲାମାନଙ୍କ ମଧ୍ୟରୁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୫୦ରୁ୬୦କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେଣୁ ଏହି ସମୟର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

ସେହିପରି ଉତ୍ତର ଉପକୂଳ ଓଡ଼ିଶାରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଗତକାଲି ଝାରସୁଗୁଡା,କେନ୍ଦୁଝର, ସୁନ୍ଦରଗଡ଼, କୋରାପୁଟ, ମୟୁରଭଞ୍ଜ,ଗଜପତି, ସମ୍ବଲପୁର ଓ କନ୍ଧମାଳ ଜିଲ୍ଲାରେ ବର୍ଷା ହୋଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ଟିଟଲାଗଡ଼ ସର୍ବାଧିକ ତାପମାତ୍ର ୪୪.୦ଡିଗ୍ରୀ ଥିବା ବେଳେ ସୁନ୍ଦରଗଡ଼ରେ ୨୦.୦ଡିଗ୍ରୀ ସର୍ବନିମ୍ନ ତାପମାତ୍ର ରହିଥିଲା।

ସମ୍ବନ୍ଧିତ ଖବର