human sagar: ହ୍ୟୁମାନ୍‌ ସାଗରଙ୍କ ଅବସ୍ଥା ସଙ୍କଟାପନ୍ନ

ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଜଟିଳ ରହିଛି। ତାଙ୍କୁ ଭୁବନେଶ୍ବର ଏମ୍‌ସ ଆଇସିୟୁରେ ଭର୍ତ୍ତି କରାଯାଇଛି। ତାଙ୍କର ଲିଭର୍‌ ଖରାପ ଥିବାବେଳେ କିଡ୍‌ନି ଗୁରୁତର ଭାବେ ପ୍ରଭାବିତ ହୋଇଛି।

human sagar

human sagar Photograph: (sambad.in)

ଭୁବନେଶ୍ବର: ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଜଟିଳ ରହିଛି। ତାଙ୍କୁ ଭୁବନେଶ୍ବର ଏମ୍‌ସ ଆଇସିୟୁରେ ଭର୍ତ୍ତି କରାଯାଇଛି। ତାଙ୍କର ଲିଭର୍‌ ଖରାପ ଥିବାବେଳେ କିଡ୍‌ନି ଗୁରୁତର ଭାବେ ପ୍ରଭାବିତ ହୋଇଛି। ସେ ଗତ କିଛି ସପ୍ତାହ ହେଲା କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଏମ୍‌ସ ସ୍ଥାନାନ୍ତର କରାଯାଇଛି। ପୂର୍ବରୁ କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଏମ୍‌ସରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ମଧ୍ୟ ସଙ୍କଟାପନ୍ନ ରହିଛି।

ଲିଭର୍‌ ଓ କିଡ୍‌ନି ସହିତ ହ୍ୟୁମାନ୍‌ଙ୍କ ବହୁ ଅଙ୍ଗ ପ୍ରଭାବିତ ହୋଇଛି। ସେ ଶ୍ବାସକ୍ରିୟାଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଅଛନ୍ତି। ତାଙ୍କୁ ଭେଣ୍ଟିଲେଟର୍‌ ସହାୟତାରେ ରଖାଯାଇଛି। ଏକ୍‌ମୋ ବିଶେଷଜ୍ଞ ଶ୍ରୀକାନ୍ତ ବେହେରାଙ୍କ ତତ୍ତ୍ବାବଧାନରେ ତାଙ୍କର ଚିକିତ୍ସା ଚାଲିଛି। ଓଡ଼ିଆ ଚଳଚ୍ଚିତ୍ର ଓ ଆଲବମ୍‌ରେ ବହୁ ରୋମାଣ୍ଟିକ୍‌ ଗୀତ ଭେଟି ଦେଇଥିବା ହ୍ୟୁମାନ୍‌ ସାଗର ଘରେ ଘରେ ପରିଚିତ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe