ଭୁବନେଶ୍ବର: ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିଥିବା ଅବପାତ ଆଜି ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଛତିଶଗଡ଼ ଆଡ଼କୁ ଗତି କରିଛି। ଏହା ଧୀରେ ଧୀରେ ଦୁର୍ବଳ ହେବା ସହ ଶନିବାର ସୁଦ୍ଧା ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ଏଥିସହ ଏକ ଟ୍ରଫ୍‌ ଏହି ଅବପାତର କେନ୍ଦ୍ର ଦେଇ ମଧ୍ୟପ୍ରଦେଶ ଯାଏଁ ଗତି କରୁଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତାକାଲି ଅଳ୍ପ ବହୁତ ବର୍ଷା ହୋଇପାରେ। ବିଶେଷ କରି ନବରଙ୍ଗପୁର ଓ ନୂଆପଡ଼ାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। 

Advertisment

ଏଥିସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମଗଜପତି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୫ ତାରିଖ ଦିନ ବି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ତେବେ ଅବପାତର ପ୍ରକୋପ କମିଥିବାରୁ ମତ୍ସ୍ୟଜୀବୀଙ୍କ ପାଇଁ କୌଣସି ସତର୍କ ସୂଚନା ଜାରି କରାଯାଇନାହିଁ। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବ। ଅପରାହ୍ଣ ଆଡ଼କୁ ବର୍ଷା ବି ହୋଇପାରେ।