ଅବପାତ ପ୍ରକୋପ କମିଲା: ୧ରେ ଆଉ ଏକ ଲଘୁଚାପ

ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଗତକାଲି ରାତିରେ ସୃଷ୍ଟି ହୋଇଥିବା ଅବପାତ ପ୍ରଭାବରେ ଶୁକ୍ରବାର ରାତି ଓ ଶନିବାର ସକାଳେ ରାଜ୍ୟରେ ପ୍ରବଳ ବର୍ଷା ହୋଇଯାଇଛି। ଏହା ଧୀରେ ଧୀରେ ପଶ୍ଚିମ ଆଡ଼କୁ ଗତି କରିବା ସହ ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ....

rain22

ଭୁବନେଶ୍ୱର: ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଗତକାଲି ରାତିରେ ସୃଷ୍ଟି ହୋଇଥିବା ଅବପାତ ପ୍ରଭାବରେ ଶୁକ୍ରବାର ରାତି ଓ ଶନିବାର ସକାଳେ ରାଜ୍ୟରେ ପ୍ରବଳ ବର୍ଷା ହୋଇଯାଇଛି। ଏହା ଧୀରେ ଧୀରେ ପଶ୍ଚିମ ଆଡ଼କୁ ଗତି କରିବା ସହ ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ଉପରେ ରହିବ ଏବଂ ଦୁର୍ବଳ ହୋଇ ୱେଲ୍‌ମାର୍କଡ୍‌ ଲଘୁଚାପରେ ପରିଣତ ହେବ। ଅନ୍ୟପଟେ ଉତ୍ତର ଆଣ୍ଡାମାନ ସାଗର ଉପରେ ଆସନ୍ତା ୩୦ ତାରିଖ ଆଡ଼କୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ଅକ୍ଟୋବର ପହିଲାକୁ ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆଜିର ଅବପାତ ପ୍ରଭାବରେ ଉପକୂଳ ଓଡ଼ିଶା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଆଦି ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷାର ପ୍ରକୋପ କମିବା ସହ ୩୦ ତାରିଖ ଯାଏଁ ବର୍ଷା ହେବ। ତେବେ ୧ ତାରିଖ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe