ବେସରକାରୀ ସ୍କୁଲ ଫି ଛାଡ କରିବା ପ୍ରସଙ୍ଗ: ହାଇକୋର୍ଟଙ୍କ ଉପରେ ନିଷ୍ପତ୍ତି ଛାଡ଼ିଲେ ରାଜ୍ୟ ସରକାର

Advertisment
ବେସରକାରୀ ସ୍କୁଲ ଫି ଛାଡ କରିବା ପ୍ରସଙ୍ଗ: ହାଇକୋର୍ଟଙ୍କ ଉପରେ ନିଷ୍ପତ୍ତି ଛାଡ଼ିଲେ ରାଜ୍ୟ ସରକାର

New Indian Express

ଭୁବନେଶ୍ୱର: କରୋନା ସଂକଟ ସମୟରେ ବେସରକାରୀ ସ୍କୁଲ ଫି ଛାଡ କରିବା ପ୍ରସଙ୍ଗକୁ ନେଇ ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ସରକାରଙ୍କୁ କହିଥିଲେ ହାଇକୋର୍ଟ । ଏ ନେଇ ସ୍ପଷ୍ଟ ଆଭିମୁଖ୍ୟ ରଖିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା । ଆଜି ଏ ନେଇ ହାଇକୋର୍ଟରେ ଜବାବ ଦାଖଲ କରିଛନ୍ତି ରାଜ୍ୟ ସରକାର। ବେସରକାରୀ ସ୍କୁଲ ଫି ଛାଡ କରିବା ପ୍ରସଙ୍ଗକୁ ନେଇ ହାଇକୋର୍ଟଙ୍କ ଉପରେ ନିଷ୍ପତ୍ତି ନେବା ଦାୟିତ୍ବ ଛାଡ଼ିଛନ୍ତି ରାଜ୍ୟ ସରକାର। ରାଜ୍ୟ ସରକାରଙ୍କ ଜବାବ ଦାଖଲ ପରେ ଆସନ୍ତା ୨୩ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡ଼ିଛି।

Odisha High Court restriction on CUO faculty appointment- The New Indian Express New Indian Express

ସୂଚନା ଥାଉକି, କରୋନା ମହାମାରୀ ସମୟରେ ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ପିଲା ସ୍କୁଲ ଯାଉନାହାନ୍ତି କି ଶିକ୍ଷକ ସ୍କୁଲକୁ ଆସୁନାହାନ୍ତି । ଏଭଳି ସ୍ଥଳେ ବେସରକାରୀ ବିଦ୍ୟାଳୟମାନେ ପିଲାମାନଙ୍କଠାରୁ ମାସିକ ଦେୟ ଆଦାୟ କରିବାରେ ଲାଗିଛନ୍ତି । ଏହାକୁ ବିରୋଧ କରି ଅବିଭାବକ ସଂଘ ସ୍କୁଲ ଫି ଛାଡ କରିବାକୁ ନେଇ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ସେମାନେ ଅଭିଯୋଗ କରିଥିଲେ କି, ପିଲା ଯେତେବେଳେ ସ୍କୁଲ ଯାଉ ନାହାନ୍ତି ତ ଅବିଭାବକମାନେ କାହିଁକି ମାସିକ ଦେୟ ଦେବେ । ଏ ନେଇ ରାଜ୍ୟସରକାରଙ୍କର କିଛି ସ୍ୱତନ୍ତ୍ର ଗାଇଡଲାଇନ ନ ଥିବା ବେଳେ ବେସରକାରୀ ସ୍କୁଲ ସଂଘ କହିଥିଲା ଯେ, ପିଲା ସ୍କୁଲକୁ ନଆସିଲେ ବି କର୍ମଚାରୀମାନେ ଦରମା ନେଉଛନ୍ତି । ଆନୁସଙ୍ଗିକ ଖର୍ଚ୍ଚ ବି ବନ୍ଦ ହୋଇ ନାହିଁ। ଏହା ସହ ଆମେ ପିଲାମାନଙ୍କୁ ଅନଲାଇନ୍ ମାଧ୍ୟମରେ ଶିକ୍ଷାଦାନ ଦେଇ ଚାଲିଛୁ । ତେଣୁ ଅବିଭାବକମାନେ ମାସିକ ଦେୟ ଦେବାକୁ ବାଧ୍ୟ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe