ଆଇନଶୃଙ୍ଖଳା ପରିସ୍ଥିତି ସରକାରଙ୍କ ହାତରୁ ଖସୁଛି: ଧର୍ମେନ୍ଦ୍ର

Advertisment

ବିଧାୟକ ମୁ‌କେଶ ମହାଲିଙ୍ଗଙ୍କ ଗାଡ଼ିକୁ ଆକ୍ରମଣ ଘଟଣା

ବିଧାୟକ ମୁ‌କେଶ ମହାଲିଙ୍ଗଙ୍କ ଗାଡ଼ିକୁ ଆକ୍ରମଣ ଘଟଣା

ପରୀକ୍ଷା ପେ ଚର୍ଚ୍ଚା ୨୦୨୩ର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା

livemint.com

ଭୁବନେଶ୍ବର: ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗଙ୍କ ଗାଡ଼ିକୁ ମଝି ରାସ୍ତାରେ ଅଟକାଇ ଗାଡ଼ି ଚାଳକ ଓ ସୁରକ୍ଷାକର୍ମୀଙ୍କୁ ଦିନ ଦ୍ବିପ୍ରହରରେ ଆକ୍ରମଣ କରିବା ଘଟଣାକୁ ‌େକନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିନ୍ଦା କରିଛନ୍ତି। ଶ୍ରୀ ପ୍ରଧାନ କହିଛନ୍ତି, ରାଜ୍ୟର ବିଭିନ୍ନ ସ୍ଥାନରେ ରାଜନୈତିକ ଆକ୍ରୋଶ ରଖଇ ହେଉଥିବା ଆକ୍ରମଣରୁ ସ୍ପଷ୍ଟ ମନେହେଉଛି ଯେ ଆଇନଶୃଙ୍ଖଳା ପରିସ୍ଥିତି ଧୀରେଧୀରେ ରାଜ୍ୟ ସରକାରଙ୍କ ହାତରୁ ଖସିବାକୁ ଯାଉଛି। ଯାହା ରାଜ୍ୟ ପାଇଁ ଶୁଭଙ୍କର ନୁହେଁ। ଯେଉଁଠି ଜନପ୍ରତିନିଧି ସୁରକ୍ଷିତ ନୁହନ୍ତି ସେଠାରେ ସାଧାରଣ ଲୋକ କିପରି ସୁରକ୍ଷିତ ରହିପାରିବେ? ଏହି ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ ପୁଲିସ ପ୍ରଶାସନ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ଶ୍ରୀ ପ୍ରଧାନ ଆଶାବ୍ୟକ୍ତ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe