ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଗାଙ୍ଗେୟ ଉପତ୍ୟକା ପଶ୍ଚିମବଙ୍ଗର ପଶ୍ଚିମ ଭାଗ ଏବଂ ସଂଲଗ୍ନ ଝାଡ଼ଖଣ୍ଡର ପଶ୍ଚିମ ଭାଗ ଉପରେ ରହିଛି। ଏବଂ ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତାରେ ଦକ୍ଷିଣ ଦିଗକୁ ଗତି କରୁଛି।
ଏହାର ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ହେବା ସହ ଶକ୍ତିଶାଳୀ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ପୁରୀ, କେନ୍ଦ୍ରାପଡ଼ା, ସମ୍ବଲପୁର, ମୟୂରଭଞ୍ଜ, ଝାରସୁଗୁଡ଼ା ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା/ବଜ୍ରପାତ ହୋଇଯାଇଛି।
୫ ଅକ୍ଟୋବର, ଗୁରୁବାର ଅପରାହ୍ନ ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି
ଏପରିସ୍ଥିତିରେ, ଆସନ୍ତା ୨୪ ଘଣ୍ଟା (ଅର୍ଥାତ୍ ୫ ଅକ୍ଟୋବର, ଗୁରୁବାର) ଅପରାହ୍ନ ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଜି (ବୁଧବାର) ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ହଳଦିଆ ଚେତାବନୀ/ ୟେଲୋ ୱାର୍ଣ୍ଣିଂ
/sambad/media/post_attachments/wp-content/uploads/2023/10/A2-1-scaled.jpg)
ଏହି ସମୟ ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ/ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଅନ୍ୟପକ୍ଷରେ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘୁଆ ରହିଛି। ତେବେ, ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ମଧ୍ୟମରୁ ପ୍ରବଳ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/10/Heavy-Rain-in-7-Districts-in-24-Hours_Weather_Thumbnail-1.jpg)