ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା: ସମ୍ଭାବ୍ୟ ବନ୍ୟାସ୍ଥିତି, ଭୂସ୍ଖଳନ ପାଇଁ ସଜାଗ ରହିବାକୁ ଜିଲ୍ଲାପାଳଙ୍କୁ ଏସ୍‌ଆରସିଙ୍କ ଚିଠି

ଭୁବନେଶ୍ୱର: ଲଘୁଚାପ ଯୋଗୁଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ସୋନପୁର, ବରଗଡ଼, ସମ୍ବଲପୁର ଓ ଝାରସୁଗୁଡା ଆଦି ୪ଟି ଜିଲ୍ଲାକୁ ରେଡ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାର ବାସିନ୍ଦା କିପରି ବର୍ଷା ସମୟରେ ସମ୍ଭାବ୍ୟ ବନ୍ୟାସ୍ଥିତି, ଭୂସ୍ଖଳନ ପାଇଁ ସଜାଗ ରହିବେ ସେଥିପାଇଁ ଉକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସ୍ପେଶାଲ ରିଲିଫି କମିସନ୍‌(ଏସ୍‌ଆରସି) ଚିଠି ଦେଇଛନ୍ତି। ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ସହିତ ଖାଦ୍ୟ ପାନୀୟକୁ ସୁନିଶ୍ଚିତ କରିବା ପାଇଁ ବି ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ସେହିପରି ୭ରୁ ୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ବୌଦ୍ଧ, ଅନୁଗୁଳ, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁର ଆଦି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କୋରାପୁଟ, କଳାହାଣ୍ଡି, କନ୍ଧମାଳ, ଢ଼େଙ୍କାନାଳ, କଟକ ଓ ମୟୁରଭଞ୍ଜ ଆଦି ଜିଲ୍ଲାକୁ ବି ୟେଲୋ ଓ୍ଵାର୍ଣ୍ଣିଂ ପାଣିପାଗ ବିଭାଗକୁ ଜାରି କରାଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ, ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

ସମ୍ବନ୍ଧିତ ଖବର