ତିନିଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା; ଏସବୁ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ୬ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ସୋନପୁର ଓ ବୌଦ୍ଧ ଆଦି ଜିଲ୍ଲା ରହିଛି। ସେହିପରି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାମାନଙ୍କ ମଧ୍ୟରେ ଗଜପତି, ମାଲକାନଗିରି, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଝାରସୁଗୁଡା, କଟକ, ବଲାଙ୍ଗୀର ଆଦି ରହିଛି। ଏହି ଜିଲ୍ଲାର ବାସିନ୍ଦାଙ୍କୁ ପାଣିପାଗ ବିଭାଗ ପକ୍ଷରୁ ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

କେବଳ ଏତିକି ନୁହେଁ ୫ରୁ ୭ ତାରିଖ ମଧ୍ୟରେ ଅନେକ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି। ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାମାନଙ୍କ ମଧ୍ୟରେ ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢ଼େଙ୍କାନାଳ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ ଓ ଦେବଗଡ଼ ସମେତ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ମୟୁରଭଞ୍ଜ ଓ କେନ୍ଦୁଝର ଆଦି ରହିଛି।

ସମ୍ବନ୍ଧିତ ଖବର