ଏପ୍ରିଲ ୫ରୁ ନିମ୍ନ ଅଦାଲତ ସକାଳୁଆ

କ୍ରାଇମବ୍ରାଞ୍ଚକୁ ବଡ଼ ଝଟ୍‌କା: ଚୌଦ୍ବାର ଜେଲ୍ ଆସିବାକୁ ନିମହାଂସ୍‌ର ନା

Freepik

କଟକ: ଏପ୍ରିଲ ୫ ତାରିଖରୁ ରାଜ୍ୟର ସମସ୍ତ ନିମ୍ନ ଅଦାଲତ (ସବ୍ଅର୍ଡିନେଟ୍ କୋର୍ଟ) ସକାଳୁଆ ହେବ। ସକାଳ ୭ରୁ କୋର୍ଟ କାର୍ଯ୍ୟ ଆରମ୍ଭ ହୋଇ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ। ସକାଳ ୭ଟା ୩୦ରେ କୋର୍ଟ ବସିବେ ଓ ଦିନ ୧୦ଟାରୁ ୧୦ଟା ୩୦ ମିନିଟ ପର୍ଯ୍ୟନ୍ତ ବିରତି ରହିବ। ଗ୍ରୀଷ୍ମ ଅବକାଶ ପର୍ଯ୍ୟନ୍ତ ଏପରି ସକାଳ କୋର୍ଟ ବ୍ୟବସ୍ଥା ଜାରି ରହିବ। ବ୍ରହ୍ମପୁର, ଛତ୍ରପୁର, ଭୁବନେଶ୍ବର, କୋରାପୁଟ ସଦର ଓ ପୁରୀ ସଦରକୁ କିନ୍ତୁ ଏପରି ସକାଳୁଆ ବ୍ୟବସ୍ଥାରୁ ବାଦ ଦିଆଯାଇଛି। ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରି ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲା ଓ ଦୌରା ଜଜ୍‌ଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe