ଭୁବନେଶ୍ବର : ଓଡ଼ିଶା ବିଧାନସଭାର ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ବରେ ଯାଇଥିବା ବିଧାୟକ ଦଳ ବୁଧବାର ଦିନ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି। ବିଧାନସଭାରେ ରାଷ୍ଟ୍ରପତିଙ୍କୁ ଅଭିନନ୍ଦନ ଜଣାଇ ପାରିତ ହୋଇଥିବା ସଂକଳ୍ପପତ୍ର ରାଷ୍ଟ୍ରପତିଙ୍କୁ ପ୍ରଦାନ କରିଛନ୍ତି।
/sambad/media/post_attachments/wp-content/uploads/2022/08/murmu-3-750x430.jpg)
ଏହି ଅବସରରେ ଶ୍ରୀମତୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇବା ସହ ସାମ୍ବିଧାନିକ ବିଧିବ୍ୟବସ୍ଥା ମୁତାବକ ଓଡ଼ିଶାର ବିକାଶ ପାଇଁ ତାଙ୍କ ପୂର୍ଣ୍ଣ ସହଯୋଗ କରିବ ବୋଲି ପ୍ରକାଶ କରିଥିଲେ। ଏଥି ସହ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ତାଙ୍କ ପ୍ରତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ କରି ସହଯୋଗର ହାତ ବଢ଼ାଇଥିବା ରାଷ୍ଟ୍ରପତି ତାଙ୍କୁ ଧନ୍ୟବାଦ ଜଣାଇଥିଲେ। ରାଷ୍ଟ୍ରପତିଙ୍କ ସହ ସାକ୍ଷାତକୁ ଅତ୍ୟନ୍ତ ଆନନ୍ଦଦାୟକ ଓ ଗୌରବର ଅବସର ବୋଲି ବାଚସ୍ପତି ଶ୍ରୀ ଆରୁଖ କହିଛନ୍ତି।
/sambad/media/post_attachments/wp-content/uploads/2022/08/Murmu-1-750x430.jpg)
ସାକ୍ଷାତ ଅବସରରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁଙ୍କୁ କଂଗ୍ରେସ ବିଧାୟକ ତାରା ପ୍ରସାଦ ବହିନୀପତି କୋଟପାଡ଼ ଶାଢ଼ୀ ଉପହାର ଦେଇଥିଲେ। ବିଧାୟିକା ପ୍ରମିଳା ମଲ୍ଲିକ ମଧ୍ୟ ଶାଢ଼ୀ ଉପହାର ଦେଇଥିଲେ। ସେହିଭଳି ବିଜେପି ବିଧାୟକ ବିଷ୍ଣୁ ସେଠୀ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଲେଖିଥିବା କବିତାକୁ ଫ୍ରେମ୍ କରି ରାଷ୍ଟ୍ରପତିଙ୍କୁ ଭେଟି ଦେଇଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/08/Murmu-2.jpg)