ଭୁବନେଶ୍ୱର : ଆସନ୍ତା ୨୧ ତାରିଖ ଦିନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି। ଏହା ପ୍ରଭାବରେ ୨୨ ତାରିଖ ରାତି କିମ୍ବା ୨୩ ତାରିଖ ସକାଳ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗରରେ ସୃଷ୍ଟି ହେବ। ଫଳରେ ରାଜ୍ୟରେ ଆସନ୍ତାକାଲି (ମଙ୍ଗଳବାର)ଠାରୁ ୨୩ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ। କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
କେନ୍ଦ୍ର କହିଛି ଯେ ୨୩ତାରିଖ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଓଡ଼ିଶାରେ ଏବେଠାରୁ ବର୍ଷାର ପରିମାଣ ଓ ବିସ୍ତୃତି ଧୀରେଧୀରେ ବଢ଼ିବ। ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୨୩ ତାରିଖ ଦିନ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲକାରୁ ମଧ୍ୟମଧରଣର ବର୍ଷାର ସମ୍ଭାବନା ରହିଛି।
en.gaonconnection.comକେନ୍ଦ୍ରର ସୂଚନା ମୁତାବକ ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିପରି ରାଜ୍ୟର ବାକି ଜିଲ୍ଲାରେ ମଧ୍ୟ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୧ ତାରିଖ ଦିନ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଧା, ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ୨୨ ତାରିଖ ଦିନ କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ସୋନପୁର ଓ ବୌଦ୍ଧ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୩ ତାରିଖ ଦିନ ମଧ୍ୟ ରାଜ୍ୟରେ ବର୍ଷା ଜାରି ରହିବ। ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ୨୦ରୁ ୨୩ ତାରିଖ ୪ ଦିନ ପର୍ଯ୍ୟନ୍ତ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ସପ୍ତାହେ ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଚାଷ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ପ୍ରଥମ ଲଘୁଚାପ କ୍ଷେତ୍ର ଓଡ଼ିଶା ସଂଲଗ୍ନ ଉତ୍ତର ବଙ୍ଗୋପସାଗର ୨୧ରେ ସୃଷ୍ଟି ହେବ। ୨ଦିନ ସମୁଦ୍ରରେ ଅଧିକ ଘନୀଭୂତ ହେବା ପରେ ଅବପାତର ପରିଣତ ହୋଇପାରେ। ୨୩ ତାରିଖରେ ସମ୍ଭବତଃ ଉତ୍ତର ଓଡ଼ିଶା ଉପକୂଳ ଦେଇ ସ୍ଥଳଭାଗକୁ ଯିବ। ୨୦ରେ ଭଦ୍ରକ, ଯାଜପୁର, ବାଲେଶ୍ବର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା, ୨୧ ତାରିଖରେ ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ରାୟଗଡ଼ା ଆଦି ସମଗ୍ର ଉପକୂଳରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। ୨୨ ଓ ୨୩ତାରିଖରେ ସେହିପରି ବର୍ଷା ହେବ।
ଦ୍ବିତୀୟ ଲଘୁଚାପଟି ୨୬ ତାରିଖରେ ଉତ୍ତର ବଙ୍ଗୋପସାଗର ମୁଣ୍ଡରେ ସୃଷ୍ଟି ହେବାର ଅନୁମାନ କରାଯାଉଛି। ଏହା ଫଳରେ ଉତ୍ତର ଓଡ଼ିଶାରେ ଅପେକ୍ଷାକୃତ ଅଧିକ ବର୍ଷା ହେବ। ଉଭୟ ଲଘୁଚାପ ଯୋଗୁଁ ଜୁଲାଇ ଶେଷ ସୁଦ୍ଧା ରାଜ୍ୟରେ ସମୁଦାୟ ୧୫୦ମିମିରୁ ଅଧିକ ବର୍ଷା ହୋଇପାରେ ବୋଲି ଡ. ପଶୁପାଳକ କହିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/06/rain-780x470-1.jpg)