ଆଗାମୀ ତିନି ମାସ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ: ଜନସ୍ଵାସ୍ଥ୍ୟ ନିର୍ଦେଶକ

Advertisment
ଆଗାମୀ ତିନି ମାସ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ: ଜନସ୍ଵାସ୍ଥ୍ୟ ନିର୍ଦେଶକ

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ ସଂକ୍ରମଣ ସ୍ଥିର ରହିଛି ବୋଲି ଜନସ୍ଵାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯାହା ସ୍ଥିତି ଅଛି ଆକ୍ଟିଭ କେସ, ହସ୍ପିଟାଇଲାଇଜେସନ କମୁଛି, ମୃତ୍ୟୁସଂଖ୍ୟା କମିଛି, ଏବଂ ଆଇସିୟୁରେ ମଧ୍ୟ ରୋଗୀଙ୍କ ସଂଖ୍ୟା କମୁଛି। ରାଜ୍ୟରେ ଦୈନିକ ସଂକ୍ରମଣ ହାରାହାରି ୫୦୦ ରୁ ୬୦୦ ଭିତରେ ରହୁଛି।

ଅନ୍ୟ ସ୍ଥାନ ଅପେକ୍ଷା ଭୁବନେଶ୍ୱର ଓ କଟକରେ ଟିକିଏ ଅଧିକ ରହୁଛି। ଯେହେତୁ ଓଡ଼ିଶାର ସବୁ ବଡ଼ ବଡ଼ ହସ୍ପିଟାଲ ଏଠି ରହିଛି, ସେଥିପାଇଁ ଏଠି ରୋଗୀଙ୍କ ସଂଖ୍ୟା ଅଧିକ ରହୁଛି। ବର୍ତ୍ତମାନ ସବୁ ହସ୍ପିଟାଲରେ ଆରଟିପିସିଆର ଟେଷ୍ଟକୁ ବାଧ୍ୟତାମୂଳକ କରି ଦିଆଯାଇଛି। ତେବେ ବର୍ତ୍ତମାନ ସ୍ଥିତି ସ୍ଥିର ଅଛି। କିନ୍ତୁ ଆଗାମୀ ତିନି ମାସ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ। ଏହି ତିନି ମାସ ଆମକୁ ଯଥେଷ୍ଟ ସଚେତନ ରହିବାକୁ ପଡ଼ିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe