ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମପଞ୍ଚାୟତଗୁଡ଼ିକରେ କାମ କରୁଥିବା ସ୍ବାବଲମ୍ବୀ କାରିଗରମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି। ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦ ଟଙ୍କା ଥିବା ବେଳେ ତାହା ୬,୫୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏହା ଦ୍ବାରା ରାଜ୍ୟର ୧୩ ହଜାର ସ୍ବାବଲମ୍ବୀ କାରିଗର ଉପକୃତ ହେବେ। ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି ‌କେ ପାଣ୍ଡିଆନ୍‌ଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ସ୍ଥାନରୁ ସ୍ବାବଲମ୍ବୀ କାରିଗର ଓ ‌ସେମାନଙ୍କ ପ୍ରତିନିଧିଙ୍କ ଠାରୁ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଆସିଥିଲା।

Advertisment

୫-ଟି ଅଧ୍ୟକ୍ଷ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ପାରିଶ୍ରମିକ ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ସମସ୍ତ ଗ୍ରାମକୁ ନିୟମିତ ସ୍ୱଚ୍ଛ ପାନୀୟ ଜଳ ଯୋଗାଇବା ତଥା ଜଳକଷ୍ଟ ଦୂର କରିବା ପାଇଁ ଗ୍ରାମପଞ୍ଚାୟତଗୁଡ଼ିକରେ ଦୁଇ ଜଣ ଲେଖାଏଁ ସ୍ବାବଲମ୍ବୀ କାରିଗର ନିୟୋଜିତ ଅଛନ୍ତି। ଏମାନେ ପାଇପ ଜଳ ଯୋଗାଣ, ରକ୍ଷଣାବେକ୍ଷଣ ତଥା ନଳକୂପ ମରାମତି ପାଇଁ ନିରନ୍ତର ସେବା ଯୋଗାଇ ଆସୁଛନ୍ତି।