୨୦୨୨ରୁ ପୁରୀରୁ ବିମାନ ଉଡ଼ିବ, ସୂଚନା ଦେଲେ ରାଜ୍ୟ ପରିବହନ ମନ୍ତ୍ରୀ

Advertisment
୨୦୨୨ରୁ ପୁରୀରୁ ବିମାନ ଉଡ଼ିବ, ସୂଚନା ଦେଲେ ରାଜ୍ୟ ପରିବହନ ମନ୍ତ୍ରୀ

odishaassembly.nic.in

ଭୁବନେଶ୍ବର: ୨୦୨୨ରୁ ପୁରୀରୁ ବିମାନ ଉଡ଼ିବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ସେ କହିଛନ୍ତି, ଆସନ୍ତା ୨୦୨୨-୨୩ ସୁଦ୍ଧା ପୁରୀରୁ ଉଡ଼ିବ ବିମାନ। ସବୁ ଠିକଠାକ୍ ଚାଲିଲେ ଏହାର ସମ୍ଭାବନା ଅଧିକ।

ବର୍ତ୍ତମାନ କରୋନା ପାଇଁ ବିମାନ ବନ୍ଦର ଉନ୍ନତିକରଣ ପ୍ରଭାବିତ ହେଉଛି। ରାଉରକେଲା, ଉତକେଲା, ଜୟପୁର, ରଙ୍ଗେଇଲୁଣ୍ଡାରୁ ଉଡ଼ାଣ ପାଇଁ ସହଯୋଗ କରୁଛୁ। ଏହାସହ ସମସ୍ତ ଅବିଭକ୍ତ ଜିଲ୍ଲାରେ ଏୟାରଷ୍ଟ୍ରିପ ଉନ୍ନତି ପାଇଁ ଆଲୋଚନା ଚାଲିଛି ବୋଲି କହିଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ।

ସେପଟେ ଡାକୋଟା ବିମାନ ପାଇଁ ଜାଗା ଚିହ୍ନଟ ହୋଇଯାଇଥିବା କହିଛନ୍ତି ପରିବହନ ମନ୍ତ୍ରୀ। ଭୁବନେଶ୍ୱର ବିମାନ ବନ୍ଦର ନିକଟରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ରଖିବାକୁ ନିଷ୍ପତ୍ତି ହୋଇଛି। ଏନେଇ ଏୟାରପୋର୍ଟ ଅଥରିଟିଙ୍କୁ ରାଜ୍ୟ ସରକାର ଚିଠି ଲେଖିଥିଲେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe