ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ଅଫଲାଇନ ପରୀକ୍ଷା ଫଳ

Advertisment
ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ଅଫଲାଇନ ପରୀକ୍ଷା ଫଳ

ଭୁବନେଶ୍ବର: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ଅଫଲାଇନ ପରୀକ୍ଷା ଫଳ। ଆସନ୍ତାକାଲି ୱେବସାଇଟ www.orissaresults.nic.in ରେ ପରୀକ୍ଷା ଫଳ ଉପଲବ୍ଧ ହେବ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି।  ଅକ୍ଟୋବର ୧ରୁ ୧୧ ତାରିଖ ଯାଏ ଅଫ ଲାଇନ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ବିକଳ୍ପ ମୁଲ୍ୟାୟନରେ ଅସନ୍ତୁଷ୍ଟ ରାଜ୍ୟର ୧୩ହଜାର ୪୩ଜଣ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ପଞ୍ଜିକରଣ କରିଥିଲେ।

ସୂଚନାଯୋଗ୍ୟ, ଏବର୍ଷ ଯୁକ୍ତ ୨ କଳାର ରେଗୁଲାରରେ ୯୮.୫୮ % ରେଗୁଲାର୍ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିଲେ। ଏମାନଙ୍କ ମଧ୍ୟରୁ ମାତ୍ର ୯୫ ଜଣ ୯୦% ଉପରେ ଥିଲେ। କଳାରେ ୧ ଲକ୍ଷ ୮୬ ହଜାର ୬୮୫ ଜଣ ଉତ୍ତୀର୍ଣ୍ଣ ହୋଇଥିଲେ। ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିଲେ ୩୦ ହଜାର ୬୮୫ ଜଣ ପରୀକ୍ଷାର୍ଥୀ । ଦ୍ୱିତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିଲେ ୪୬ ହାଜର ୫୬୩ ଏବଂ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିଲେ ୧ ଲକ୍ଷ ୧୯ ହଜାର ୫୦୫ ଜଣ ପରୀକ୍ଷାର୍ଥୀ । ଏହାଛଡ଼ା କମ୍ପାର୍ଟମେଣ୍ଟାଲରେ ୨୦୬ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିଲେ।

ସେହିପରି ଯୁକ୍ତ ଦୁଇ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାର ପାସ୍ ହାର ୯୯.୧୬ ପ୍ରତିଶତ ରହିଥିଲା। ପରୀକ୍ଷାର୍ଥୀ ଯଦି ମାର୍କରେ ଅସନ୍ତୁଷ୍ଟ ଥାନ୍ତି, ତେବେ ଅଫଲାଇନରେ ପରୀକ୍ଷା ଦେଇପାରିବେ ବୋଲି କୁହାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe