ଆଜିଠାରୁ ଦ୍ବିତୀୟ ପର୍ଯ୍ୟାୟ ବଜେଟ୍‌ ଅଧିବେଶନ

ଭୁବନେଶ୍ବର : ବିଧାନସଭାର ବଜେଟ୍‌ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ବୁଧବାର ଠାରୁ ଆରମ୍ଭ ହେଉଛି। ଏହା ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିନରେ ଅର୍ଥାତ ଆସନ୍ତାକାଲି ବିଭାଗୀୟ ଷ୍ଟାଣ୍ଡିଂ କମିଟିଗୁଡ଼ିକର ରିପୋର୍ଟ ଗୃହରେ ଉପସ୍ଥାପନ ହେବ। ୧୪ରୁ ୨୯ ତାରିଖ ଯାଏ ବିଭିନ୍ନ ବିଭାଗର ଖର୍ଚ୍ଚଦାବି ଉପରେ ଆଲୋଚନା କରାଯିବ। ୩୦ ତାରିଖରେ ୨୦୨୨-୨୩ ବଜେଟ୍‌ ଉପରେ ବ୍ୟୟମଞ୍ଜୁରି ବିଲ୍‌ ପାରିତ ହେବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ ଯେ ଗତ ୨ ତାରିଖରୁ ବଜେଟ୍‌ ଅଧିବେଶନ ଆରମ୍ଭ ହୋଇ ସେହି ଦିନ ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ ହୋଇଥିଲା। ୬ ତାରିଖରେ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଥିଲା।

ସମ୍ବନ୍ଧିତ ଖବର