୨୧୬ ପୁଲିସ ଫାଣ୍ଡି ଦାୟିତ୍ୱରେ ରହିବେ ସଵ୍ ଇନ୍ସପେକ୍ଟର 

ଭୁବନେଶ୍ବର: ଓଡ଼ିଶା ପୁଲିସର ୨୧୬ଟି ଫାଣ୍ଡି ଦାୟିତ୍ୱରେ ଏଣିକି ସଵ୍ ଇନ୍ସପେକ୍ଟରମାନେ ରହିବେ। ଏ ସମ୍ପର୍କୀତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ପୂର୍ବରୁ ସହକାରୀ ସଵ୍ ଇନ୍ସପେକ୍ଟରମାନେ ଫାଣ୍ଡି ଦାୟିତ୍ୱରେ ରହୁଥିଲେ।

କମିସନରେଟ୍ ପୁଲିସ ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୁଲିସ ଓ ରେଲୱେ ପୁଲିସ ଦ୍ବାରା ପରିଚାଳିତ ପୁଲିସ ଫାଣ୍ଡି ମାନଙ୍କରେ ସଵ୍ ଇନସପେକ୍ଟରମାନଙ୍କୁ ନିଯୁକ୍ତି ଦିଆଯିବ।ସବ୍ଇନ୍ସପେକ୍ଟରମାନଙ୍କ ତାଲିମ ଓ ଅପରାଧ ଅନୁସନ୍ଧାନରେ ସେମାନଙ୍କ ଦକ୍ଷତା ଫାଣ୍ଡି ସ୍ତରରେ ଅପରାଧ ନିୟନ୍ତ୍ରଣରେ ବିଶେଷ ସହାୟକ ହେବ ବୋଲି ଆଶା କରାଯାଉଛି।

ସମ୍ବନ୍ଧିତ ଖବର