୬ରୁ ପୁଣି ବଢ଼ିବ ତାତି

Advertisment

ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ। ଶୁକ୍ରବାର ଉପକୂଳ ଓଡ଼ିଶା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲା ଏବଂ ୫ ତାରିଖରେ ପଶ୍ଚିମ ଓଡ଼ିଶା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇପାରେ।

ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ। ଶୁକ୍ରବାର ଉପକୂଳ ଓଡ଼ିଶା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲା ଏବଂ ୫ ତାରିଖରେ ପଶ୍ଚିମ ଓଡ଼ିଶା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇପାରେ।

temp

ଭୁବନେଶ୍ବର: ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ। ଶୁକ୍ରବାର ଉପକୂଳ ଓଡ଼ିଶା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲା ଏବଂ ୫ ତାରିଖରେ ପଶ୍ଚିମ ଓଡ଼ିଶା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ୪୦ରୁ ୫୦ କିମି ବେଗରେ ପବନ ବହିବ। ୬ ତାରିଖଠାରୁ ପାଗରେ ପରିବର୍ତ୍ତନ ଆସିବା ସହ ପୁଣିଥରେ ତାପମାତ୍ରା ବଢ଼ିବ। ୭ ତାରିଖ ବେଳକୁ ସର୍ବୋଚ୍ଚ ତାପମାତ୍ରା ୨ରୁ ୩ ଡିଗ୍ରି ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ କହିବାନୁଯାୟୀ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଥିବାରୁ ଉପକୂଳ ଓଡ଼ିଶାର ତାପମାତ୍ରା ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ବୃଦ୍ଧି ହେବ ନାହିଁ। ଉତ୍ତର ପଶ୍ଚିମ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରି ଉପରେ ରହିବ। ୫ ତାରିଖଠାରୁ ସପ୍ତାହକ ଯାଏ ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର‌ର ତାପମାତ୍ରା ୪୦ ଡିଗ୍ରି ଉପରେ ଏବଂ ମଝିରେ ମଝିରେ ୪୨ ଡିଗ୍ରି ଡେଇଁଯିବ। ଏପ୍ରିଲ ମାସରେ ତାପମାତ୍ରା ସ୍ବାଭାବିକ ରହିବ। ଗ୍ରୀଷ୍ମପ୍ରବାହ ଅବଧି କମ୍‌ ରହିବାର ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe