ଉଜ୍ଜୟିନୀରେ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲା ଶ୍ରୀମନ୍ଦିର ପ୍ରଶାସନ

ଫେରିବା ପରେ ଗଜପତି କରିବେ ନିମନ୍ତ୍ରଣ

ଉଜ୍ଜୟିନୀରେ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ଭେଟିଛନ୍ତି ଶ୍ରୀମନ୍ଦିର ପ୍ରତିନିଧି ଦଳ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ଓ ଲୋକାର୍ପଣ ଉତ୍ସବ ପାଇଁ ଏହି ପ୍ରତିନିଧି ଦଳ ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ କରିଛନ୍ତି। ଆସନ୍ତା ମାସରେ ଗୋବର୍ଦ୍ଧନ ମଠକୁ ଫେରିବା ପରେ ଗଜପତି ମହାରାଜାଙ୍କ ନେତୃତ୍ବରେ ଶ୍ରୀମନ୍ଦିର ପରିଚାଳନା କମିଟି ପାରମ୍ପରିକ ରୀତିରେ ଜଗଦ୍‌ଗୁରୁଙ୍କୁ ନିମନ୍ତ୍ରଣ ପାଇଁ ଗୋବର୍ଦ୍ଧନ ମଠକୁ ଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।

ଗତକାଲି ସକାଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ କୁମାର ଦାସଙ୍କ ନେତୃତ୍ବରେ ପରିଚାଳନା କମିଟି ସଦସ୍ୟ ଅଶୋକ ମହାପାତ୍ର, ଦୁର୍ଗାପ୍ରସାଦ ଦାସମହାପାତ୍ର, ମାଧବ ମହାପାତ୍ର, ଜଗନ୍ନାଥ କର ବିମାନ ଯୋଗେ ଉଜ୍ଜୟିନୀ ଯାତ୍ରା କରିଥିଲେ। ଉଜ୍ଜୟିନୀରେ ପହଞ୍ଚିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଶ୍ରୀ ଦାସଙ୍କ ସହ ଅନ୍ୟମାନେ ଶଙ୍କରାଚାର୍ଯ୍ୟଙ୍କୁ ଭେଟି ଲୋକାର୍ପଣ ଉତ୍ସବ ସମ୍ପର୍କରେ ଆଲୋଚନା କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe