ଆଜି ତିନି ରଥ ନେବେ ଉତ୍ତର ମୋଡ଼, ସନ୍ଧ୍ୟା ୫ରୁ ଦର୍ଶନ ବନ୍ଦ

ରଥଯାତ୍ରା ପାଇଁ ଉତ୍ତର ଘୁମୁସର ବନଖଣ୍ଡରୁ ୨୯ ଗଛ ଚିହ୍ନଟ

ପୁରୀ : ଆଜି ଆଷାଢ଼ ଶୁକ୍ଳପକ୍ଷ ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ଉଭାଯାତ୍ରା ସାଙ୍ଗକୁ ରଥ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହେବ। ରଥଖଳାରେ ପ୍ରସ୍ତୁତ ତିନିରଥକୁ ଆଜି ରଥଖଳାରୁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖ ଚକଡ଼ାକୁ ନିଆଯିବ। ରଥଖଳାରେ ତିନି ରଥରେ ଆଜ୍ଞାମାଳ ବିଜେପରେ ପୁଲିସ ପ୍ରଶାସନ, ଶ୍ରୀମନ୍ଦିର ପ୍ରଶାସନ ଓ ସେବକମାନେ ତିନି ରଥକୁ ସିଂହଦ୍ୱାର ଚକଡ଼ାକୁ ଟାଣି ନେଇ ଉତ୍ତର ମୋଡ଼(ଉତ୍ତର ଦିଗକୁ ମୁହଁ କରି ରହିବେ) ଦେବେ। ପରଦିନ ରଥ ପ୍ରତିଷ୍ଠା ପରେ ତିନି ରଥରେ ବସି ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିବେ ଚତୁର୍ଦ୍ଧାମୂର୍ତ୍ତି। ଏଥିପାଇଁ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ଆସନ୍ତାକାଲି ରଥଯାତ୍ରାର ପୂର୍ବପ୍ରସ୍ତୁତି ଆରମ୍ଭ ହେଉଥିବାରୁ ଭକ୍ତଙ୍କ ପାଇଁ ମାତ୍ର ୫ ଘଣ୍ଟାର ଦର୍ଶନ ବ୍ୟବସ୍ଥା କରାଯାଇଛି।

ଶ୍ରୀମନ୍ଦିର ପ୍ରଶାସନ ସୂଚନା ମୁତାବକ, ଉଭାଯାତ୍ରା ଦିନ ସକାଳ ୪ଟାରୁ ସାଢ଼େ ୬ଟା ପର୍ଯ୍ୟନ୍ତ, ସାଢ଼େ ୧୨ଟାରୁ ସାଢ଼େ ଗୋଟାଏ ପର୍ଯ୍ୟନ୍ତ ଏବଂ ଅପରାହ୍ଣ ସାଢ଼େ ୩ଟାରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ଅନୁମତି ମିଳିବ। ଏହି ସମୟରେ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ଶ୍ରୀଗୁଣ୍ଡିଚା ଯାତ୍ରା ନୀତିକାନ୍ତି ତଥା ନିର୍ଦ୍ଧାରିତ ସମୟରେ ପହଣ୍ଡି ‌ସଂପାଦନ ପ୍ରସ୍ତୁତି ପାଇଁ ଉଭାଯାତ୍ରା ଦିନ ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe