କରୋନା: ସୁସ୍ଥ ହେଲେ ୫୧୫ ଜଣ, ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ହେଲା ୧୨,୪୫୨

ଭୁବନେଶ୍ୱର: ରାଜ୍ୟର ୧୯ଟି ଜିଲ୍ଲାରୁ ଆଜି ୫୧୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କର ସଂଖ୍ୟା ୧୨ ହଜାର ୪୫୨ରେ ପହଞ୍ଚିଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଗଂଜାମ ଜିଲ୍ଲାରୁ ସର୍ବାଧିକ ୧୯୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ୮୦ ଜଣ, ଯାଜପୁର ଜିଲ୍ଲାରୁ ୪୦ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୦ ଜଣ, କଟକ ଜିଲ୍ଲାରୁ ୨୮ ଜଣ, କେନ୍ଦୁଝର ଜିଲ୍ଲାରୁ ୨୦ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫ ଜଣ, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରୁ ୧୩-୧୩ ଜଣ, ମୟୂରଭଂଜ ଓ ରାୟଗଡ଼ା ଜିଲ୍ଲାରୁ ୯ ଜଣ ଲେଖାଏଁ, ବଲାଙ୍ଗୀର ଜିଲ୍ଲାରୁ ୮ ଜଣ, ଭଦ୍ରକ ଜିଲ୍ଲାରୁ ୭ ଜଣ, ପୁରୀ ଓ ଗଜପତି ଜିଲ୍ଲାରୁ ୬ ଜଣ ଲେଖାଏଁ, କୋରାପୁଟ ଜିଲ୍ଲାରୁ ୫ ଜଣ ଓ ଅନୁଗୁଳ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି ।

 

ରାଜ୍ୟ ସରକାରଙ୍କ ତଥ୍ୟ ଅନୁସାରେ ଗତକାଲି ରାତି ୧୨ଟା ସୁଦ୍ଧା ମୋଟ ୩ ଲକ୍ଷ ୮୬ ହଜାର ୧୦୨ ଜଣଙ୍କର ସ୍ୱାବ ନମୁନା ପରୀକ୍ଷା ହୋଇଛି । ଏଥିରୁ ଏଯାଏଁ ୧୭ ହଜାର ୪୩୭ଟି ନମୁନା ରିପୋର୍ଟ ପଜିଟିଭ ଆସିଛି । ମୋଟ ୧୨ ହଜାର ୪୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୯୧ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ଏବେ ୪ ହଜାର ୮୬୬ ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ସମ୍ବନ୍ଧିତ ଖବର