କରୋନାରୁ ରାଜ୍ୟରେ ସୁସ୍ଥ ହେଲେ ୧୨୦ ଜଣ, ସୁସ୍ଥଙ୍କ ସଂଖ୍ୟା ୨୯୭୪

ଭୁବନେଶ୍ୱର: କରୋନା ଭାଇରସ୍‌ରେ ସଂକ୍ରମିତ ୧୨୦ ଜଣ ରୋଗୀ ଆଜି ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଆଜି ୨୦ଟି ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତମାନେ ସୁସ୍ଥ ହୋଇଛନ୍ତି।

ଯାଜପୁର ଜିଲ୍ଲାରୁ ସର୍ବାଧିକ ୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିଭଳି କଟକ ଜିଲ୍ଲାରୁ ୧୫ ଜଣ, ମୟୂରଭଂଜ ଓ ଖୋର୍ଦ୍ଧା ଜିଲ୍ଲାରୁ ୧୧-୧୧ ଜଣ, ନୂଆପଡ଼ା ଜିଲ୍ଲାରୁ ୯ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ, କନ୍ଧମାଳ ଜିଲ୍ଲାରୁ ୬ ଜଣ, ବଲାଙ୍ଗୀର ଓ ନୟାଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ଝାରସୁଗୁଡ଼ା ଜିଲ୍ଲାରୁ ୪-୪ ଜଣ, କେନ୍ଦୁଝର, ଗଂଜାମ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଁଏ, ଅନୁଗୁଳ, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରୁ ୨-୨ ଜଣ ଏବଂ ମାଲକାନଗିରି ଜିଲ୍ଲାରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ କରୋନା ସଂକ୍ରମିତ ହେବା ପରେ ମୋଟ ୨୯୭୪ ଜଣ ରୋଗୀ ସୁସ୍ଥ ହୋଇଛନ୍ତି। ସୂଚନାଯୋଗ୍ୟ, ରାଜ୍ୟରେ ଏ ପର୍ଯ୍ୟନ୍ତ ୨ ଲକ୍ଷ ୫ ହଜାର ୫୦୧ ନମୁନା ପରୀକ୍ଷା ହୋଇଛି। ଏଥିରୁ ୪ ହଜାର ୧୬୩ ଜଣଙ୍କର ନମୁନା ପଜିଟିଭ ଚିହ୍ନଟ ହୋଇଛି। ବର୍ତ୍ତମାନ ରାଜ୍ୟର ବିଭିନ୍ନ କୋଭିଡ ହସ୍‌ପିଟାଲରେ ୧ ହଜାର ୧୭୫ ଜଣଙ୍କର ଚିକିତ୍ସା ଜାରି ଥିବା ବେଳେ ୧୧ ଜଣଙ୍କର ମୃତ୍ୟୁ ଘଟିଛି।

ସମ୍ବନ୍ଧିତ ଖବର