କରୋନାରୁ ସୁସ୍ଥ ହେଲେ ୯୭ ଜଣ, ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ହେଲା ୩୧୪୪

ଭୁବନେଶ୍ୱର: ମହାମାରୀ କରୋନା ଭାଇରସ୍‌ରୁ ଆଜି ଓଡ଼ିଶାର ୧୩ଟି ଜିଲ୍ଲାରୁ ୯୭ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଜରିଆରେ ଏହି ସୂଚନା ଦିଆଯାଇଛି।

 

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୧୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିଭଳି ଖୋର୍ଦ୍ଧା ଜିଲ୍ଲାରୁ ୧୬ ଜଣ, ଗଂଜାମ ଜିଲ୍ଲାରୁ ୧୬ ଜଣ, କନ୍ଧମାଳ ଜିଲ୍ଲାରୁ ୧୪ ଜଣ, ମୟୂରଭଂଜ ଜିଲ୍ଲାରୁ ୯ ଜଣ, ଯାଜପୁର ଜିଲ୍ଲାରୁ ୭ ଜଣ, ପୁରୀ ଜିଲ୍ଲାରୁ ୫ ଜଣ, ନୟାଗଡ଼ା ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଏଁ ଓ ସୁନ୍ଦରଗଡ଼ ଏବଂ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ ସୁସ୍ଥ ହୋଇଛି। ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୯୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ସୁସ୍ଥ ହୋଇଥିବା ସଂଖ୍ୟା ୩୧୪୪ରେ ପହଞ୍ଚିଛି।

କରୋନା ଭାଇରସ ସଂକ୍ରମଣ ପାଇଁ ସର୍ବାଧିକ ଚର୍ଚ୍ଚିତ ଗଂଜାମ ଜିଲ୍ଲାରେ ଏଯାଏଁ ମୋଟ ୬୩୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଂଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭୫୫। ଖୋର୍ଦ୍ଧାରେ ୪୦୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୨୯୬ ଜଣ ସୁସ୍ଥ ହୋଇଥିବା ବେଳେ ଯାଜପୁର ଜିଲ୍ଲାରେ ମୋଟ ୩୫୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩୨୬ ଜଣ ସୁସ୍ଥ ହୋଇସାରିଛନ୍ତି। କଟକ ଜିଲ୍ଲାରେ ୩୪୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୦ ଜଣ ଓ ବାଲେଶ୍ୱର ଜିଲ୍ଲାରେ ୨୫୬ ଜଣଙ୍କ ମଧ୍ୟରୁ ୧୯୬ ଜଣ ରୋଗୀ ସୁସ୍ଥ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଏପର୍ଯ୍ୟନ୍ତ ୨ ଲକ୍ଷ ୧୨ ହଜାର ୨୨୪ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଆଜି ପର୍ଯ୍ୟନ୍ତ ମୋଟ ୪୫୧୨ ଜଣ ଲୋକ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୧ ଜଣଙ୍କର ମୃତ୍ୟୁ ହୋଇଛି। ଅପରପକ୍ଷେ ୩ ହଜାର ୧୪୪ ଜଣ ସୁସ୍ଥ ହୋଇଥିବା ବେଳେ ବିଭିନ୍ନ କୋଭିଡ୍‌-୧୯ ହସ୍‌ପିଟାଲରେ ୧୩୫୪ ଜଣ ଚିକିତ୍ସିତ ହେଉଛନ୍ତି।

ସମ୍ବନ୍ଧିତ ଖବର