କରୋନାରୁ ସୁସ୍ଥ ହେଲେ ୧୨୫ ଜଣ, ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୩୯୮୮

ଭୁବନେଶ୍ୱର: ଆଜି ରାଜ୍ୟର ୧୪ଟି ଜିଲ୍ଲାରୁ ୧୨୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

 

ସେହିପରି ପୁରୀ ଜିଲ୍ଲାରୁ ୧୭ ଜଣ ରୋଗୀ କରୋନା ଭାଇରସ ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି। କଟକ ଜିଲ୍ଲାରୁ ୧୪ ଜଣ, ମୟୂରଭଂଜ ଜିଲ୍ଲାରୁ ୧୩ ଜଣ, ଗଂଜାମ ଜିଲ୍ଲାରୁ ୧୦ ଜଣ, କେନ୍ଦୁଝର ଜିଲ୍ଲାରୁ ୯ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ନୂଆପଡ଼ା, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲ୍ଲାରୁ ୪ ଜଣ ଲେଖାଏଁ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, କନ୍ଧମାଳ ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତି କରୋନା ଭାଇରସ ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରୁ ମୋଟ ୩ ହଜାର ୯୮୮ ଜଣ ବ୍ୟକ୍ତି ଏଯାଏଁ କରୋନାରୁ ସୁସ୍ଥ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଏପର୍ଯ୍ୟନ୍ତ ୨ ଲକ୍ଷ ୩୧ ହଜାର ୩୫୬ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଆଜି ପର୍ଯ୍ୟନ୍ତ ମୋଟ ୫୪୭୦ ଜଣ ଲୋକ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି। ଅପରପକ୍ଷେ ୩ ହଜାର ୯୮୮ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟର ବିଭିନ୍ନ କୋଭିଡ-୧୯ ହସ୍‌ପିଟାଲରେ ୧ ହଜାର ୪୫୮ ଜଣ ବ୍ୟକ୍ତି ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ସମ୍ବନ୍ଧିତ ଖବର