କରୋନା ଭାଇରସ୍‌: ସୁସ୍ଥ ହେଲେ ୧୩୭ ଜଣ, ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୪୭୪୩

ଭୁବନେଶ୍ୱର: ରାଜ୍ୟର ୧୮ଟି ଜିଲ୍ଲାରୁ ଆଜି ୧୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଗଂଜାମ ଜିଲ୍ଲାରୁ ଆଜି ସର୍ବାଧିକ ୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

 

ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୨୯ ଜଣ, କଟକ ଜିଲ୍ଲାରୁ ୨୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, କଳାହାଣ୍ଡି ଜିଲ୍ଲାରୁ ୬ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, ମୟୂରଭଂଜ, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୁଳ, ବଲାଙ୍ଗୀର, ଝାରସୁଗୁଡ଼ା ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଏପର୍ଯ୍ୟନ୍ତ ୨ ଲକ୍ଷ ୫୫ ହଜାର ୮୦୯ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଆଜି ପର୍ଯ୍ୟନ୍ତ ମୋଟ ୬୬୧୪ ଜଣ ଲୋକ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨୧ ଜଣଙ୍କର ମୃତ୍ୟୁ ହୋଇଛି। ଅପରପକ୍ଷେ ୪ ହଜାର ୭୪୩ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟର ବିଭିନ୍ନ କୋଭିଡ-୧୯ ହସ୍‌ପିଟାଲରେ ୧ ହଜାର ୮୪୩ ଜଣ ବ୍ୟକ୍ତି ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ସମ୍ବନ୍ଧିତ ଖବର